Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସିକିମ୍ ଟୁରିଷ୍ଟ ବସ୍ ଦୁର୍ଘଟଣା, ଦୁଃଖ ପ୍ରକାଶ କଲେ ମୋହନ

by ସଞ୍ଜୟ ସ୍ୱାଇଁ
May 30, 2025
in NATIONAL NEWS, State
ସିକିମ୍ ଟୁରିଷ୍ଟ ବସ୍ ଦୁର୍ଘଟଣା, ଦୁଃଖ ପ୍ରକାଶ କଲେ ମୋହନ
58
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସିକିମରେ ତିସ୍ତା ନଦୀ ଉପରୁ ଖସି ପଡ଼ିଲା ଟୁରିଷ୍ଟ ଗାଡ଼ି । ଗାଡିରେ କିଛି ଓଡ଼ିଶାର ପର୍ଯ୍ୟଟକ ମଧ୍ୟ ରହିଥିବା ନେଇ ସୂଚନା ମିଳିଛି । ଏହି ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦୁର୍ଘଟଣା ବାବଦରେ ସିକ୍କିମ୍ ସରକାରଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଦୁର୍ଘଟଣାର ଶିକାର ପର୍ଯ୍ୟଟକଙ୍କୁ ଉଦ୍ଧାର କରିବା ସହ ସେମାନଙ୍କୁ ଚିକିତ୍ସା ଯୋଗାଇ ଦେବାକୁ ବ୍ୟବସ୍ଥା କରାଯିବ । ଏହାସହ ସେମାନଙ୍କୁ ଓଡ଼ିଶା ଫେରାଇ ଆଣିବା ନେଇ ସିକିମ ସରକାରଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସବୁ କାର୍ଯ୍ୟର ସୁପରିଚାଳନା ପାଇଁ ଏକ ସ୍ୱତନ୍ତ୍ର ଟିମ୍‌କୁ ସିକ୍କିମ୍ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି । ସୂଚନାଥାଉକି, ଗୁରୁବାର ସନ୍ଧ୍ୟା ପ୍ରାୟ ୮ଟା ବେଳେ ଉତ୍ତର ସିକ୍କିମର ଚୁଙ୍ଗଥାଙ୍ଗ-ମୁନସିଥାଙ୍ଗ ମଧ୍ୟରେ ପ୍ରାୟ ୧ ହଜାର ଫୁଟ ତଳକୁ ତିସ୍ତା ନଦୀରେ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ଗାଡି ଖସିପଡିଥିଲା। ଖବର ପାଇବା ପରେ ଘଟଣାସ୍ଥଳରେ ପୋଲିସ ଓ ଇଣ୍ଡୋ-ତିବତ ସୀମା ସୁରକ୍ଷା ବଳ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା। ଉଦ୍ଧାର କାର୍ଯ୍ୟରେ ଯବାନଙ୍କୁ ସ୍ଥାନୀୟ ବାସିନ୍ଦା ସହଯୋଗ କରିଥିଲେ। ଗୁରୁତରମାନଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ରେ ଥିବା ପର୍ଯ୍ୟଟକଙ୍କ ମଧ୍ୟରୁ ଅନେକ ଯାତ୍ରୀ ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ଅନ୍ୟ ସ୍ଥାନର ଥିବା ଜଣାପଡ଼ିଛି। ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ଏବେବି ୮ ଜଣ ନିଖୋଜ ଥିବା ସୂଚନା ମିଳିଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!