Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କ କୋଭିଡ-୧୯ ରିଲିଫ ଫଣ୍ଡକୁ ଆର୍ଥିକ ସହାୟତା

by ସଞ୍ଜୟ ସ୍ୱାଇଁ
July 1, 2021
in Feature News
ମୁଖ୍ୟମନ୍ତ୍ରୀଙ୍କ କୋଭିଡ-୧୯ ରିଲିଫ ଫଣ୍ଡକୁ ଆର୍ଥିକ ସହାୟତା
85
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): କରୋନା ମହାମାରୀର ଦ୍ୱିତୀୟ ଲହର ସାରାବିଶ୍ୱରେ ନିଜର କାୟା ବିସ୍ତାର କରିଚାଲିଛି। ଏନେଇ କେନ୍ଦ୍ର ଓ ରାଜ୍ୟ ସରକାର ଲକଡାଉନ, ସଟଡାଉନ ଜାରି ରଖିଛନ୍ତି। କରୋନାର ଦ୍ୱିତୀୟ ଲହରକୁ ପରାସ୍ତ କରିବାରେ ଓଡ଼ିଶାରେ ଉଦ୍ୟମ ଅବ୍ୟାହତ ରହିଛି। ଗୁରୁତ୍ଵ ପୁର୍ଣ ବିଷୟ ହେଉଛି ଏଠାରେ ଓଡ଼ିଆ ଲୋକମାନେ ବିଦେଶରେ ରହି ମଧ୍ୟ ଓଡ଼ିଶା ବାସୀଙ୍କୁ ସାହାଯ୍ୟ କରିବା ନିମନ୍ତେ ଆଗେଇ ଆସିଛନ୍ତି। ଓଡ଼ିଆ ଗଲ୍ଫ ଆସୋସିଏସନ ଓମାନ ପକ୍ଷରୁ କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କୋଭିଡ଼-୧୯ କୁ ୩ ଲକ୍ଷ ୮୨ହଜାର ଟଙ୍କାର ଏକ ଡ୍ରାଫ୍ଟ ପ୍ରଦାନ କରାଯାଇଅଛି। ଏହି ଡ୍ରାଫ୍ଟ ରାଜ୍ୟ ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ମାଧ୍ୟମରେ ପ୍ରଦାନ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ଓଡ଼ିଆ ଗଲ୍ଫ ଆସୋସିଏସନ ଓମାନର ସମ୍ପାଦକ ସମ୍ପଦ କୁମାର ବଳଙ୍କ ସମେତ ହିମାଂଶୁ ବଳ ଏବଂ ସଞ୍ଜିତ ସ୍ୱାଇଁ ଉପସ୍ଥିତ ରହି ସହଯୋଗ କରିଥିଲେ। ଓଡ଼ିଆ ଗଲ୍ଫ ଆସୋସିଏସନ ଓମାନ ତରଫରୁ କରୋନା ମୁକାବିଲା ନିମନ୍ତେ ବିଭିନ୍ନ ଜନହିତକର କାର୍ଯ୍ୟକୁ ନେଇ କରୋନା ପରିସ୍ଥିତି ସୁଧୁରିବା ପର୍ଯ୍ୟନ୍ତ ଏ ଭଳି କାର୍ଯ୍ୟକ୍ରମ ଜାରି ରଖିବାକୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଥିଲେ। ଶ୍ରୀ ସମ୍ପଦ କୁମାର ବଳଙ୍କ ତତ୍ୱାବଧାନରେ ଆଜିର ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା। ସେ ଓମାନରେ ରହୁଥିବା ଓଡ଼ିଆ ଲୋକଙ୍କ ସହିତ କଥାବାର୍ତ୍ତା କରି ସଂଯୋଜନା କରିଥିଲେ। ଏହି ମହତ କାର୍ଯ୍ୟରେ ତାଙ୍କର ଅବଦାନ ଅତୁଳନୀୟ। ତେବେ ଏହି ପରିପେକ୍ଷୀରେ ଏହି ସାଧୁ ଉଦ୍ୟମକୁ ବୁଦ୍ଧିଜୀବୀ ମହଲରେ ଖୁବ ପ୍ରଶଂସା କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!