ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅନ୍ତର୍ଗତ ଦଶପଲ୍ଲା ବ୍ଲକରେ ଆଜି ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଜନ ଶୁଣାଣି ଶିବିରରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗ ଦେଇଥିବା ବେଳେ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଲଗ୍ନଜିତ ରାଉତ ଯୋଗ ଦେଇଥିଲେ । ଆଜି ମୋଟ ୫୫ ଗୋଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସେଧି ମଧ୍ୟରୁ ୪୫ ଗୋଟି ବ୍ୟକ୍ତିଗତ ମାମଲା ରହିଥିବା ବେଳେ ୯ ଗୋଟି ଗ୍ରାମ୍ୟ ମାମଲା ରହିଥିଲା । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡରୁ ଗୋଟିଏ ମାମଲା ରହିଥିଲା । ତୁରନ୍ତ ୧୫ ଗୋଟି ମାମଲାର ସମାଧାନ କରାଯାଇଥିଲା । ଆଜିର ଏହି ବୈଠକରେ ବ୍ଲକ ପ୍ରଶାସନିକ ଅଧିକାରୀଙ୍କ ସମେତ ଅନ୍ୟାନ୍ୟ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ ।






