ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ନୂଆଗାଁ ବ୍ଲକ ପରିସରରେ ଆଜି ଜିଲ୍ଲାପାଳଙ୍କ ଜନଶୁଣାଣି ଶବିର ଅଣୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୁଶାନ୍ତ କୁମାର ଦାଶ ପ୍ରମୂଖ ଯୋଗ ଦେଇ ଅଭିଯୋଗ ଶୁଣାଣି କରିଥିଲେ । ଆଜିର ଶିବିରରେ ମୋଟ ୫୨ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ତାହା ମଧ୍ୟରୁ ୪୭ଟି ବ୍ୟକ୍ତିଗତ, ୫ଟି ଗ୍ରାମ ସମସ୍ୟା ରହିଥିଲା । ମୋଟ ୯ଟି ଅଭିଯୋଗକୁ ତତ୍କାଳ ସମାଧାନ କରାଯାଇଥିବା ସୂଚନା ମିଳିଛି ।






