Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଷ୍ଟ୍ରପତିଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ

by ସଞ୍ଜୟ ସ୍ୱାଇଁ
October 14, 2021
in Feature News
ରାଷ୍ଟ୍ରପତିଙ୍କୁ ଭେଟିଲେ କଂଗ୍ରେସ ପ୍ରତିନିଧି ଦଳ
43
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଉତ୍ତରପ୍ରଦେଶର ଲଖିମପୁରରେ ଗତ ୩ ତାରିଖରେ ହୋଇଥିବା ହିଂସା ଘଟଣାରେ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆ‌ଶିଷ ମିଶ୍ର ମୁଖ୍ୟ ଅଭିଯୁକ୍ତ। ତାଙ୍କରି ଗାଡ଼ି ଚକାତଳେ ୪ କୃଷକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି କାରଣ ପାଇଁ ବିରୋଧୀ ଦଳ ନେତାମାନେ ମନ୍ତ୍ରୀ ଅଜୟ ମିଶ୍ରଙ୍କ ଇସ୍ତଫା ଦାବି କରିଛନ୍ତି। କଂଗ୍ରେସ ମଧ୍ୟ ମନ୍ତ୍ରୀ ଅଜୟ ମିଶ୍ରଙ୍କ ଇସ୍ତଫା ଦାବି କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ନେତୃତ୍ବରେ ଦଳୀୟ ପ୍ରତିନିଧି ଦଳ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟିଛନ୍ତି। କଂଗ୍ରେସ ପ୍ରତିନିଧି ଦଳ ଲଖିମୁପର ଖେରି ହିଂସା ଘଟଣା ସଂକ୍ରାନ୍ତରେ ଏକ ସ୍ମାରକପତ୍ର ଆଜି ରାଷ୍ଟ୍ରପତିଙ୍କ ନିକଟରେ ଦାଖଲ କରିଛନ୍ତି। ଘଟଣାରେ ନିରପେକ୍ଷ ତଦନ୍ତ ପାଇଁ କଂଗ୍ରେସ କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି। ମୃତ କୃଷକଙ୍କ ପରିବାର ସଦସ୍ୟ ଏହି ସମାନ ଦାବି କରିଛନ୍ତି। ଅଜୟ ମିଶ୍ର ପଦବିରେ ଥିବା ପର୍ଯ୍ୟନ୍ତ ସେମାନେ ନ୍ୟାୟ ପାଇପାରିବେନି ବୋଲି ଭାବୁଛନ୍ତି। ତେଣୁ ‌ସେମାନେ ମନ୍ତ୍ରୀଙ୍କ ଇସ୍ତଫା ଦାବି କରୁଛନ୍ତି ବୋଲି କଂଗ୍ରେସ ପ୍ରତିନିଧି ଦଳ ରାଷ୍ଟ୍ରପତିଙ୍କୁ କହିଛନ୍ତି। ରାଷ୍ଟ୍ରପତି କୋବିନ୍ଦ କହିଛନ୍ତି, ସେ ଏ ସଂକ୍ରାନ୍ତରେ ସରକାରଙ୍କ ସହ କଥା ହେବେ। ରାହୁଲ କହିଛନ୍ତି ବର୍ତ୍ତମାନ ସୁପ୍ରିମକୋର୍ଟରେ ଥିବା ୨ ଜଣ ବିଚାରପତି ଉକ୍ତ ମାମଲାର ତଦନ୍ତ କରିବା ଉଚିତ ଏବଂ ଯେଉଁମାନେ ଏହି ହତ୍ୟା ଘଟଣାରେ ସମ୍ପୃକ୍ତ ସେମାନଙ୍କୁ କଠୋରରୁ ଅତି କଠୋର ଦଣ୍ଡ ଦିଆଯିବା ଆବଶ୍ୟକ। ରାହୁଲଙ୍କ ସହିତ କଂଗ୍ରେସର ଏହି ପ୍ରତିନିଧି ଦଳରେ ପ୍ରିୟଙ୍କା ଗାନ୍ଧି ଭଦ୍ରା, ଏକେ ଆଣ୍ଟୋନି, ମଲିକାର୍ଜୁନ ଖାଡ଼ଗେ, କେସି ବେଣୁଗୋପାଳ, ଗୁଲାମ ନବୀଆଜାଦ ଏବଂ ଅଧୀର ରଂଜନ ଚୌଧୁରୀ ରାଷ୍ଟ୍ରପତିଙ୍କୁ ଭେଟିଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!