Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳନ କଲା ଜିଲ୍ଲା କଂଗ୍ରେସ

by ସଞ୍ଜୟ ସ୍ୱାଇଁ
May 21, 2021
in Nayagarh
ରାଜୀବ ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳନ କଲା ଜିଲ୍ଲା କଂଗ୍ରେସ
107
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ରାଜୀବ ଗାନ୍ଧୀଙ୍କ ୨୯ ତମ ଶ୍ରାଦ୍ଧ ଦିବସରେ ଜିଲ୍ଲା କଂଗ୍ରେସ କାର୍ୟ୍ୟାଳୟରେ ପାଳିତ ହୋଇଯାଇଛି । ପ୍ରଦେଶ କଂଗ୍ରେସ ନିର୍ଦ୍ଦେଶ କ୍ରମେ କଂଗ୍ରେସ କର୍ମୀମାନେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟଠାରେ ପ୍ରାୟ ୨୦୦ ରୋଗୀ ଅନ୍ତେବାସୀ, ସମର୍ପଣ ବୃଦ୍ଧାଶ୍ରମ ଅନ୍ତେବାସୀ ଏବଂ ସହରାଞ୍ଚଳ ବାସହୀନ ଅସହାୟ କେନ୍ଦ୍ର ଅନ୍ତେବାସୀଙ୍କ ସୁଖଦୁଃଖରେ ସାମିଲ ହୋଇ ଦୁଗ୍ଧ, ପାଉଁରୁଟି , ସାନିଟାଇଜର, ମାସ୍. ହାତ ଧୁଆ ସାବୁନ ପ୍ରଦାନ କରିଥିଲେ । ଜିଲ୍ଲା କଂଗ୍ରେସ ସଭାପତି ଆଇନଜୀବି ରଣଜିତ ଦାଶଙ୍କ ନେତୃତ୍ୱରେ ଆୟୋଜିତ କାର୍ୟ୍ୟକ୍ରମରେ ବରିଷ୍ଠ ନେତା ହୁସେନ ଖାଁ, ଜିଲ୍ଲା କଂଗ୍ରେସ ଉପସଭାପତି କମଳ ଚରଣ ସାହୁ, ଜିଲ୍ଲା ଯୁବ କଂଗ୍ରେସ କାର୍ୟ୍ୟକାରୀ ସଭାପତି ପ୍ରତୀକ ମହାପାତ୍ର, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଜ୍ୟୋତିରଞ୍ଜନ ଦାଶ, ନୟାଗଡ଼ ବ୍ଲକ କଂଗ୍ରେସ ସଭାପତି ଫକୀର ଚରଣ ମଲ୍ଲ, ଓଡଗାଁ ବ୍ଲକ କଂଗ୍ରେସ ସଭାପତି ପୂର୍ଣ୍ଣଚନ୍ଦ୍ର ନାୟକ ପ୍ରମୁଖ ସାମିଲ ଥିଲେ । ଜିଲ୍ଲାର ଦଶପଲ୍ଲା ଗଣିଆ ରଣପୁରଠାରେ ଜିଲ୍ଲା କଂଗ୍ରେସ ପକ୍ଷରୁ ୫୦ ଜଣ ଲେଖାଏଁ ଅସହାୟ ଗରିବ ବିଧବା ମହିଳା, ଭିନ୍ନକ୍ଷମଙ୍କୁ ଶୁଖିଲା ଖାଦ୍ୟ ସାନିଟାଇଜର ମାସ୍କ ସାବୁନ ପ୍ୟାକେଟ ବଣ୍ଟନ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!