Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଂଗ୍ରେସ ନେତାଙ୍କୁ ଗୁଳି କରି ହତ୍ୟା

by ସଞ୍ଜୟ ସ୍ୱାଇଁ
October 11, 2024
in Crime, NATIONAL NEWS
ପୂର୍ବ ଶତ୍ରୁତାରୁ ଗୁଳିମାଡ଼, ଗୁଳିମାଡ଼ରେ ଯୁବକଙ୍କ ମୃତ୍ୟୁ
70
VIEWS
Share on FacebookShare on Twitter

ମଧ୍ୟପ୍ରଦେଶ, (ବାଘୁଆବାର୍ତ୍ତା): ମଧ୍ୟପ୍ରଦେଶର ଉଜ୍ଜୈନରେ ଆଜି ସକାଳେ ଏକ ଅଘଟଣ ଘଟିଛି। ଜଣେ କଂଗ୍ରେସ ନେତାଙ୍କ ମୃତଦେହ ତାଙ୍କ ଘରୁ ଉଦ୍ଧାର ହୋଇଛି। ତାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ଏହି ମାମଲାରେ ପୁଲିସ୍‌ ତାଙ୍କ ପତ୍ନୀଙ୍କୁ ଅଟକ ରଖି ପଚରାଉରା କରିଛି। ମୃତକ ହେଲେ କଂଗ୍ରେସର ଜଣେ ପୁରୁଖା ନେତା ତଥା ପୂର୍ବ କର୍ପୋରେଟର କଲିମ ଖାନ । ତାଙ୍କ ବୟସ ୬୦ ବର୍ଷ ବୋଲି ଜଣାଯାଇଛି। ଆଜି ସକାଳେ ତାଙ୍କ ଗୁଳିବିଦ୍ଧ ମୃତଦେହ ଘରୁ ଉଦ୍ଧାର ହୋଇଥିଲା। ତାଙ୍କ ମୁଣ୍ଡରେ ଗୁଳି ବାଜିଥିବା ବେଳେ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା। ଖବର ପାଇ ପୁଲିସ୍‌ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ମାମଲାର ତଦନ୍ତ ଆରମ୍ଭ କରି ଉକ୍ତ ସମୟରେ ଘରେ ଥିବା ତାଙ୍କ ପତ୍ନୀଙ୍କୁ ଅଟକ ରଖିଛି। ପାରିବାରିକ ବିବାଦରୁ ଏହି କାଣ୍ଡ ଘଟିଥିବା ପୁଲିସ୍‌ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ତେବେ ମୃତକଙ୍କ ପତ୍ନୀଙ୍କୁ ପଚରାଉଚରା ପରେ ସତ ପଦାକୁ ଆସିବ ବୋଲି ପୁଲିସ୍‌ କହିଛି। ଏଥିସହ ଘଟଣାର ସତ୍ୟାସତ ଜାଣିବାକୁ ପୁଲିସ୍‌ ପରିବାରର ଅନ୍ୟ ସଦସ୍ୟଙ୍କୁ ବି ପଚରାଉଚରା ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!