ନୟାଗଡ଼,(ବାଘୁଆବାର୍ତ୍ତା): ପ୍ରଦେଶ କଂଗ୍ରେସ ସଭାପତି ଭକ୍ତଚରଣ ଦାସ ଏବଂ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ନାରାୟଣ ପ୍ରଧାନଙ୍କ ଆହ୍ୱାନ କ୍ରମେ ରାଜ୍ୟର ଛାତ୍ରଛାତ୍ରୀଙ୍କ ପାଇଁ ସରକାରୀ ବସରେ ମାଗଣା ଏବଂ ଘରୋଇ ବସରେ ୫୦ ପ୍ରତିଶତ ଯାତାୟାତ ରିହାତି ଘୋଷଣା ଦାବିରେ ଆଜି ନୟାଗଡ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ଆରଟିଓ ଅଫିସ ଘେରାଉ କରାଯାଇଛି । ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁଙ୍କ ଆବାହକତ୍ୱରେ ଆରଟିଓ କାର୍ୟ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରି ଦଳ ପକ୍ଷରୁ ଜାରି ସ୍ମାରକପତ୍ର ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ସୁଶ୍ରୀ ସୁଧାଙ୍କ ମାଧ୍ୟମ ରେ ମହାମହିମ ରାଜ୍ୟପାଳଙ୍କୁ ପ୍ରଦାନ କରାଯାଇଛି । କାର୍ୟ୍ୟକ୍ରମରେ ଡିସିସି ସଂଯୋଜକ ସତ୍ୟବ୍ରତ ନୟକ, ନୟାଗଡ ଜଂଗ୍ରେସ ନେତା ତଥାବରିଷ୍ଠ ଆଇନଜୀବୀ ରଣଜିତ ଦାଶ, ସେବାଦଳ ନେତା ମନୋଜ କୁମାର ସାହୁ, ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ପ୍ରତୀକ ମହାପାତ୍, ପୂର୍ବତନ ଜିଲ୍ଲା ଯୁବ କଂଗ୍ରେସ ସଭାପତି ପୀତବାସ ଖୁଣ୍ଟିଆ, ରାଜ୍ୟ ଛାତ୍ର କଂଗ୍ରେସ ସମ୍ପାଦକ ଅନିଲ ଛୁଆଳସିଂ ପ୍ରମୁଖ ଶତାଧିକ ଦଳୀୟ ସମର୍ଥକ ଏହି ବିକ୍ଷୋଭ କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ ।






