ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ କାୟା ବିସ୍ତାର କରି ଚାଲିଥିବା ବେଳେ ଗଣିଆ ବ୍ଲକର ଦୁଇଟି ଗାଁକୁ ଆଜି କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ରାସଙ୍ଗ ପଞ୍ଚାୟତ ହଟିଆପଲ୍ଲୀ ଏବଂ ଓସ୍ତିଆ ଗ୍ରାମର କେନ୍ଦୁପଲ୍ଲୀ ଓ ମୁଣ୍ଡିଆସାହିକୁ ତହସିଲଦାର କିଶୋର କୁମାର ପଣ୍ଡା କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି । ଉକ୍ତ ଅଞ୍ଚଳରୁ ମାତ୍ରାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ତହସିଲାର ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ଆଜି ସକାଳ ୧୦ ଘଟିକାରୁ ୨୫ ତାରିଖ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶନାମା ବଳବତ୍ତର ରହିବ ବୋଲି ଜଣାଯାଇଛି । ଏହି ସମୟ ମଧ୍ୟରେ ବାହାର ଲୋକଙ୍କୁ ଗାଁକୁ ଯିବା ପାଇଁ ବାରଣ କରାଯାଇଥିବା ବେଳେ ଗାଁକୁ ଲୋକଙ୍କୁ ବାହାରକୁ ଆସିବାକୁ ବାରଣ କରାଯାଇଛି । ଗାଁକୁ କୋଭିଡ୍ ନିୟମନୁସାରେ ବିଶୋଧନ କରାଯିବ ବୋଲି ଜଣାଯାଇଛି ।






