Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କଣ୍ଟେନରକୁ ଧକ୍କା ଦେଲା ସ୍କର୍ପିଓ, ଜଣେ ମୃତ

by ସଞ୍ଜୟ ସ୍ୱାଇଁ
April 28, 2025
in Accident, State
କଣ୍ଟେନରକୁ ଧକ୍କା ଦେଲା ସ୍କର୍ପିଓ, ଜଣେ ମୃତ
51
VIEWS
Share on FacebookShare on Twitter

ଆଠମଲ୍ଲିକ, (ବାଘୁଆବାର୍ତ୍ତା): କଟକ-ସମ୍ବଲପୁର ଜାତୀୟ ରାଜପଥ ୫୫ କିଶୋନନଗର ଥାନା ସୁଶବ ଢାବା ନିକଟରେ ଦୁର୍ଘଟଣା । ଏକ କଣ୍ଟେନରକୁ ଧକ୍କା ଦେଲା ସ୍କର୍ପିଓ । ଯାହାଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚାରି ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ସମ୍ବଲପୁର ଜିଲ୍ଲା ସରସରା ଗାଁରେ କିଛି ଲୋକ ସ୍କ୍ରର୍ପିଓ ଯୋଗେ ଯାଉଥିଲେ । ଏହି ସମୟରେ ଜାତୀୟ ରାଜପଥ ୫୫ କିଶୋନଗର ଥାନା ସୁଶବ ଢାବା ନିକଟରେ ଏକ କଣ୍ଟେନରକୁ ଭାରସାମ୍ୟ ହରାଇ ଧକ୍କା ଦେଇଥିଲା ସ୍କ୍ରର୍ପିଓ । ଯାହାଫଳରେ ଗାଡ଼ିରେ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ମୃତକଙ୍କ ନାମ ଲିପ୍ସା ପରିଦର୍ଶିନୀ ବୋଲି ଜଣାପଡିଛି । ବାକି ଗୁରୁତରଙ୍କ ପରିଚୟ ଏବେ ଯାଏଁ ହସ୍ତଗତ ହୋଇନାହିଁ । କିନ୍ତୁ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ କିଶୋରନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାଥମିକ ଚିକିତ୍ସା ପରେ ରେଢାଖୋଲ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ପରେ କିଛି ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର ହୋଇଥିବା ସୂଚନା ମିଳୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!