Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓମିକ୍ରନ ଭୟ ମଧ୍ୟରେ ରାଜଧାନୀକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍‌

by ସଞ୍ଜୟ ସ୍ୱାଇଁ
December 21, 2021
in Health, State
ଓମିକ୍ରନ ଭୟ ମଧ୍ୟରେ ରାଜଧାନୀକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍‌
342
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): କଟକରେ ଆଜି ଦୁଇ ଓମିକ୍ରନ ପଜିଟିଭ୍ ଚିହ୍ନଟ ହେବା ପରେ ଭୟରେ ରାଜ୍ୟବାସୀ। ଆଉ ଏହି ଓମିକ୍ରନ ଭୟ ମଧ୍ୟରେ ରାଜଧାନୀକୁ ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ୍‌। ବମିଖାଲ ଜୟଦୁର୍ଗା ନଗର ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରିଛି ଭୁବନେଶ୍ଵର ମହାନଗର ନିଗମ (ବିଏମସି)। ଜୟଦୁର୍ଗାନଗରର ପ୍ଲଟ ନଂ ୧୩୦୩/୧୩୦୪ରେ ଏକାଧିକ ଏକରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହାକୁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା କରାଯାଇଛି। କେବଳ ସେତିକି ନୁହେଁ, ଭିଏସ୍‌ଏସ୍‌ ନଗରରେ ମଧ୍ୟ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏପଟେ ଅନ୍ୟ ରାଜ୍ୟ ଭଳି ଓଡ଼ିଶାରେ ଓମିକ୍ରନ୍ ପ୍ରବେଶ କରିଛି। ରାଜ୍ୟରେ ୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଥିବା ସୂଚନା ମିଳିଛି। ସେଥିମଧ୍ୟରୁ ଜଣେ ନାଇଜେରିଆରୁ ଓ ଅନ୍ୟ ଜଣେ କତାର ଫେରିଥିବା ଜଣାପଡ଼ିଛି। ଉଭୟ ଜିନମ ସିକ୍ୱେନ୍ସିଂ ପରେ ଓମିକ୍ରନ ଭାରିଆଣ୍ଟ ଚିହ୍ନଟ ଏନେଇ ଆଇଏଲ୍‌ଏସ୍‌ ପକ୍ଷରୁ ସୂଚନା ମିଳିଛି। ନାଇଜେରିଆ ଫେରନ୍ତା ବ୍ୟକ୍ତି କଟକରରୁ ଚିହ୍ଟନ ହୋଇଥିବା ବେଳେ ତାଙ୍କ ଘର ଜଗତସିଂହପୁର ଜିଲ୍ଲାର ଏରସମା ଅଞ୍ଚଳରେ ବୋଲି ଜଣାପଡିଛି । ସେହିପରି ଅନ୍ୟ ଜଣଙ୍କ ଘର ଖୋର୍ଦ୍ଧା ଜିଲ୍ଲାର ବୋଲି ସୂଚନା ମିଳିଛି। ଓମିକ୍ରନ ପଜିଟିଭ୍ ହୋଇଥିବା ଦୁଇ ପୁରୁଷଙ୍କ ମଧ୍ୟରୁ ଜଣଙ୍କର ବୟସ ୪୧ ଆଉ ଜଣଙ୍କର ବୟସ ୪୩ ବୋଲି ସୂଚନା ମିଳିଛି। କିଛିଦିନ ତଳେ ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ନାଇଜେରିଆରୁ ଘରକୁ ଫେରିଥିଲେ । ଶରୀରରେ କୋଭିଡ୍‌ ଲକ୍ଷଣ ପ୍ରକାଶ ପାଇବାରୁ ତାଙ୍କର ସ୍ୱାବ୍‌ ପରୀକ୍ଷା କରାଯାଇଥିଲା । ସ୍ୱାବ୍‌ ରିପୋର୍ଟ କୋଭିଡ୍‌ ପଜିଟିଭ୍‌ ଆସିବାରୁ ତାଙ୍କୁ କଟକର ଏକ ଘରୋଇ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତେବେ ସେ ଓମିକ୍ରନ ସଂକ୍ରମିତ ଜାଣିବା ପାଇଁ ତାଙ୍କ ଜିନମ୍‌ ଷ୍ଟଡି ନମୁନା ପଠାଯାଇଥିବା ଆଜି ୨ ଜଣ ଓମିକ୍ରନ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ନାଇଜେରିଆ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଦୁଇ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକ ଟ୍ରାକିଂ କରାଯାଉଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ପଦକ୍ଷପ ଗ୍ରହଣ କରାଯାଇଛି। ବିଏମ୍‌ସିର ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ଭୁବନଶ୍ୱରରେ ୬୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ପଜିଟିଭ୍ ମଧ୍ୟରୁ ଲୋକାଲ କେସ୍ ୬୦ ଓ ୮ ଜଣ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!