ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି । ଆଜି ନୂଆଗାଁ ବ୍ଲକ ପାରାଢିପି ପଞ୍ଚାୟତ ମସ୍କାବାରି ଗ୍ରାମକୁ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି । ଉକ୍ତ ଗ୍ରାମରୁ ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ତହସିଲଦାର ପ୍ରଳୟାନନ୍ଦ ଶତପଥି ଆଜି ଭୋର ୪ଟାରୁ ଅନିଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରିଛନ୍ତି ।






