Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାତ୍ୟା ପରିସ୍ଥିତିରେ ଖାଦ୍ୟଯୋଗାଣ ଓ ସମବାୟ ବିଭାଗ ପକ୍ଷରୁ ଆଗୁଆ ପଦକ୍ଷେପ

by ସଞ୍ଜୟ ସ୍ୱାଇଁ
May 20, 2021
in Feature News
ଚାଉଳ ଉଠାଣ ଦିଗରେ ତୁରନ୍ତ ହସ୍ତକ୍ଷେପ କରିବା ପାଇଁ କେନ୍ଦ୍ର ମନ୍ତ୍ରୀଙ୍କୁ ଯୋଗାଣ ମନ୍ତ୍ରୀ ଶ୍ରୀ ସ୍ୱାଇଁଙ୍କ ପତ୍ର
113
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଭାରତୀୟ ପାଣିପାଗ ବିଭାଗ, ଭୁବନେଶ୍ୱରର ପୂର୍ବାନୁମାନ ଅନୁଯାୟୀ ଆଣ୍ଡାମାନ ସାଗର ଏବଂ ପୂର୍ବ- କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୨୨ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ଘନିଭୂତ ହେବା ପରେ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି । ଏହା ମଇ ୨୬ ତାରିଖରେ ଓଡ଼ିଶା ଉପକୂଳରେ ପହଞ୍ଚିବାର ସମ୍ଭାବନା ରହିଛି । ତେଣୁ ଓଡ଼ିଶା ଉପକୂଳରେ ସମ୍ଭାବ୍ୟ ବାତ୍ୟା ଓ ତତ୍‌ଜନିତ ଭୀଷଣ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ରବିଧାନ ଏବଂ ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟରେ ସବୁ ପ୍ରକାର ସତର୍କତା ଅବଲମ୍ବନ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେ ଇଛ;ି । ସଂପ୍ରତି ରାଜ୍ୟରେ ସୋସାଇଟି ପକ୍ଷରୁ ବିଭିନ୍ନ ମଣ୍ଡିରେ ରବିଧାନ ଏବଂ ଡାଲି ଓ ତୈଳବୀଜ ସଂଗ୍ରହ କାର୍ଯ୍ୟ ଚାଲୁ ରହିଛି । ଏହି ପରିପ୍ରେକ୍ଷୀରେ ମଣ୍ଡିଗୁଡ଼ିକୁ ଚାଷୀମାନେ ଆଣୁଥିବା ଧାନ ଏବଂ ତୈଳବୀଜ ଆଦିକୁ ସଂପୂର୍ଣ୍ଣ ଭାବେ ସୁରକ୍ଷିତ ରଖିବା ପାଇଁ ସମସ୍ତ ବନ୍ଦୋବସ୍ତ କରିବା ପାଇଁ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି । ଖରିଫ ଚାଷକାର୍ଯ୍ୟ ନିମନ୍ତେ ସାର ଏବଂ ବିହନ ଯେପରି ସୁରକ୍ଷିତ ଭାବରେ ଠିକଣା ସ୍ଥାନଗୁଡ଼ିକରେ ପହଞ୍ଚିପାରିବ ସେଥି ନିମନ୍ତେ ପଦକ୍ଷେପ ନେବା ପାଇଁ ସେ କହିଛନ୍ତି । ଏତଦ୍‌ବ୍ୟତୀତ କୋଭିଡ୍‌-୧୯ର ଦ୍ୱିତୀୟ ଲହର ସ୍ଥିତିରେ ଖାଉଟିମାନଙ୍କୁ ସୁବିଧାରେ ପିଡ଼ିଏସ୍‌ ସାମଗ୍ରୀ ବଣ୍ଟନର ବ୍ୟବସ୍ଥା କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ ଉଭୟ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଏବଂ ସମବାୟ ବିଭାଗ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରିବା ସହିତ ତୃଣମୂଳ ସ୍ତରର କ୍ଷେତ୍ର ଅଧିକାରୀମାନଙ୍କୁ ବ୍ୟାପକ ସଚେତନ କରିବା ସହ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ବିସ୍ତୃତ ମାର୍ଗଦର୍ଶିକା ଜାରି କରିବା ପାଇଁ ମନ୍ତ୍ରୀ ଶ୍ରୀ ସ୍ୱାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!