ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ତ୍ତମାନ କରୋନାର ଦ୍ଵିତୀୟ ଲହରରେ ଆମେ ଅଛେ । ସଂକ୍ରମଣ ଏବେବି ରହିଛି । ଯେଉଁ ଏରିଆରେ ଅଧିକ ଲୋକ ରହୁଛନ୍ତି, ସେଠି ସଂକ୍ରମଣ ରହୁଛି । ଅନ୍ୟ ରାଜ୍ୟ, ଅନ୍ୟ ଦେଶରେ ସଂକ୍ରମଣ ବଢ଼ିଲାଣି । ସେହିଭଳି ଭାବେ ସଦାସର୍ବଦା ଆମକୁ ସତର୍କ ରହିବାକୁ ପଡ଼ିବ । ସାବଧାନ ରହିବାକୁ ପଡ଼ିବ । କମ୍ୟୁନିଟି କୁ ଅନୁରୋଧ କରିବୁ, ନିୟମ ମାନନ୍ତୁ । ତାହେଲେ ଆମେ କରୋନାକୁ ନିୟନ୍ତ୍ରଣ କରିପାରିବା । ତୃତୀୟ ଲହର ଆସୁ ବା ନ ଆସୁ ଆମେ ପ୍ରସ୍ତୁତ ରହିବା ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଜେନେରାଲ ବେଡ଼ ଯେତିକି ବଢ଼ିବା କଥା ସେତିକି ବଢ଼ିଛି । ସରକାରଙ୍କ ଗାଇଡ଼ ଲାଇନ ଅନୁସାରେ ପେଡ଼ିଆଟ୍ରିକ ବେଡ଼ ସଂଖ୍ୟା ବଢିବା ନେଇ ପ୍ରସ୍ତୁତି ଚାଲିଛି । ଉପକରଣ, ଅକ୍ସିଜେନ, ଭିତ୍ତିଭୂମି ମହଜୁଦ ରହିଛି । ଅକ୍ସିଜେନ ପ୍ଲାଣ୍ଟର ବ୍ୟବସ୍ଥା ମଧ୍ୟ କରାଯାଉଛି । ଡ୍ରଗ୍ସ ଚାହିଦା ଅନୁଯାୟୀ ପୂର୍ବାପେକ୍ଷା ଅଧିକ ରହିଛି । ଯେହେତୁ ଶିଶୁମାନେ ଅଧିକ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି, ତା ପାଇଁ ଆବଶ୍ୟକ ଟ୍ରେନିଂ ଦିଆଯାଉଛି । ଉପରୁ ତଳ ସ୍ତର ଯାଏ ସମସ୍ତଙ୍କୁ ଟ୍ରେନିଂ ଦିଆଯାଉଛି । ଜୁଲାଇ ପରେ ଅଗଷ୍ଟ ବି ଆଣିଦେଇଛି ଆଶ୍ୱସ୍ତିକର ଖବର । ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୯୧୧୮୨ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୬୪୬ କ୍ୱାରେଣ୍ଟାଇନ୍ରୁ ହୋଇଥିବା ବେଳେ ୪୬୧ ଜଣ ଲୋକାଲ୍ କେସ୍ ରହିଛନ୍ତି। ରାଜ୍ୟରେ ୧୦୮୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯୭୩୫୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୮୧୭୨୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।





