Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ସଂକ୍ରମଣ ରାଜ୍ୟରେ ୧୧ ହଜାର ଟପିଲା, ନୟାଗଡ଼ରେ ୧୫୯

by ସଞ୍ଜୟ ସ୍ୱାଇଁ
January 16, 2022
in Health, State
ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୭୦୩ କରୋନା ଆକ୍ରାନ୍ତ ଚିହ୍ନଟ
89
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଲଗାତାର ତିନି ଦିନ ଧରି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏହା ୧୧ ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୧୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୧୬ ଜଣ ଅଛନ୍ତି। ୧୧,୧୭୭ ଜଣଙ୍କ ମଧ୍ୟରୁ ୬,୪୭୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪,୬୯୮ଟି ହେଉଛି ଲୋକାଲ୍ କେସ୍‌। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩,୪୨୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୨,୧୩୬ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୮୨୯ ଓ ଷ୍ଟେଟ୍‌ପୁଲ୍‌ରୁ ୭୩୭ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୧୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୪୨, ବରଗଡ଼ରୁ ୧୨୩, ଭଦ୍ରକରୁ ୯୨, ବଲାଙ୍ଗିରରୁ ୩୧୨, ବୌଦ୍ଧରୁ ୭୧, ଦେବଗଡ଼ରୁ ୨୫, ଢେଙ୍କାନାଳରୁ ୬୫, ଗଜପତିରୁ ୭୩, ଗଞ୍ଜାମରୁ ୧୦୮, ଜଗତସିଂହପୁରରୁ ୧୬୪, ଯାଜପୁରରୁ ୧୭୯, ଝାରସୁଗୁଡ଼ାରୁ ୧୯୩, କଳାହାଣ୍ଡିରୁ ୧୭୩, କନ୍ଧମାଳରୁ ୪୭, କେନ୍ଦ୍ରାପଡ଼ାରୁ ୭୧, କେନ୍ଦୁଝରରୁ ୬୯, କୋରାପୁଟରୁ ୧୫୨, ମାଲକାନଗିରିରୁ ୪୯, ମୟୂରଭଞ୍ଜରୁ ୨୭୬, ନବରଙ୍ଗପୁରରୁ ୧୫୫, ନୟାଗଡ଼ରୁ ୧୫୯, ନୂଆପଡ଼ାରୁ ୭୯, ପୁରୀରୁ ୧୪୧, ରାୟଗଡ଼ାରୁ ୧୮୪, ସମ୍ବଲପୁରରୁ ୩୭୯ ଓ ସୋନପୁରରୁ ୨୩୮ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୩୩ ହଜାର ୯୧୨ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୫୫ ହଜାର ୬୧୫ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୬୯,୭୬୩ ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ମୃତ୍ୟୁ ସଂଖ୍ୟା ୮,୪୮୧କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ, ଇତି ମଧ୍ୟରେ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ଦେଶରେ ଗତ ୨୪ ଘଣ୍ଟାରେ ୨ ଲକ୍ଷ ୭୧ ହଜାର ୨୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ଏବେ ଆକ୍ଟିଭ୍ କେସ୍ ୧୫ ଲକ୍ଷ ୫୦ ହଜାର ୩୭୭କୁ ବୃଦ୍ଧି ପାଇଛି। ସେହିପରି ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୬ ହଜାର ୬୬କୁ ବୃଦ୍ଧି ପାଇଛି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!