Tuesday, July 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ିଲା ସଂକ୍ରମଣ ଭୟ, ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
March 27, 2023
in Health, State
ବଢ଼ିଲା ସଂକ୍ରମଣ ଭୟ, ପ୍ରସ୍ତୁତ ରହିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ
212
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ରାଜ୍ୟରେ ପୁଣି ଥରେ କରୋନା ସଂକ୍ରମଣରେ ସାମାନ୍ୟ ବୃଦ୍ଧି ଦେଖିବାକୁ ମିଳିଛି। ସଂକ୍ରମଣ ବଢୁଥିବାରୁ ଏହାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି କରିଛନ୍ତି ସ୍ଵାସ୍ଥ୍ୟ ବିଭାଗ। ତ୍ଵରିତ ଚିକିତ୍ସା ପାଇଁ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ମେଡିକାଲ୍ କଲେଜ୍ ଅଧୀକ୍ଷକ, ସମସ୍ତ ଜିଲ୍ଲାର ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ସୋମବାର ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି। ରାଜ୍ୟର ୪ ମେଡିକାଲ୍ କଲେଜ କଟକ ଏସ୍‌ସିବି, ବ୍ରହ୍ମପୁର ଏମ୍‌କେସିଜି, ବୁର୍ଲାର ଭିମ୍‌ସାର ଓ କୋରାପୁଟ ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍‌ପିଟାଲରେ ୨୦ ବେଡ୍, ୨ ଆଇସିୟୁ ପ୍ରସ୍ତୁତ ରଖିବାକୁ କୁହାଯାଇଛି। ସେହିପରି ଜିଲ୍ଲା ଏବଂ ସିଏଚସିରେ ୧୦ଟି ବେଡ୍ ଏବଂ ଆନୁସଙ୍ଗିକ ସ୍ଵାସ୍ଥ୍ୟ ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ଅକ୍ସିଜେନ ସିଲିଣ୍ଡର ଏବଂ କନସେନଟ୍ରେଟର ବ୍ୟବସ୍ଥା କରାଯିବା ସହ ମେଡିକାଲ୍ କଲେଜ, ଜିଲ୍ଲା ଏବଂ ସିଏଚସିରେ ଟେଷ୍ଟିଂ ବ୍ୟବସ୍ଥା ପାଇଁ ସ୍ଵାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଆସନ୍ତା ଏପ୍ରିଲ ୧୦ ଓ ୧୧ ତାରିଖରେ ସବୁ ଡାକ୍ତରଖାନାରେ ମକ୍‌ଡ୍ରିଲ କରାଯିବ। ଏହି ସମୟରେ ଔଷଧ, ବେଡ, ଆଇସିୟୁ ବେଡ୍‌, ଅନ୍ୟାନ୍ୟ ଆନୁସଙ୍ଗିକ ବ୍ୟବସ୍ଥା କେମିତି ରହିଛି, ସେନେଇ ସମୀକ୍ଷା କରାଯିବ ବୋଲି କୁହାଯାଇଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!