ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ଦ୍ୱାରା ଆଜି ରାଜ୍ୟରେ ୧୬୪୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ନୟାଗଡ଼ ଜିଲ୍ଲାରୁ ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି ୪୦ ଆକ୍ରାନ୍ତଙ୍କ ମଧ୍ୟରେ ସମସ୍ତେ ସ୍ଥାନୀୟ ସଂକ୍ରମିତ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଥିବା ବେଳେ ଏମାନଙ୍କ ମଧ୍ୟରେ ଭାପୁର ବ୍ଲକରୁ ୭ ଜଣ, ଦଶପଲ୍ଲା ୨, ଗଣିଆ ବ୍ଲକରୁ ୨ ଜଣ, ନୟାଗଡ଼ ୭ ଜଣ, ଓଡ଼ଗାଁ ୮, ରଣପୁର ବ୍ଲକରୁ ୧୧ ଏବଂ ନୟାଗଡ଼ ପୈାରାଞ୍ଚଳରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୯୦୫ ହୋଇଥିବା ଜଣାଯାଇଛି ।





