Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୫ ଆକ୍ରାନ୍ତ – ୮ ସ୍ଥାନୀୟ, ୪ ସଂଗରୋଧ

by Anil Panda
July 15, 2020
in Feature News, Nayagarh
୧୫ ଆକ୍ରାନ୍ତ – ୮ ସ୍ଥାନୀୟ, ୪ ସଂଗରୋଧ
144
VIEWS
Share on FacebookShare on Twitter

୨୫ ସୁସ୍ଥ, ଜିଲ୍ଲାରେ ୨୧୩

ନୟାଗଡ଼, (ବାଘୁଆବାର୍ତ୍ତା) : ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଥିବା ବେଳେ ଆଜି ରାଜ୍ୟରେ ନୂଆ ୬୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ସେଥିମଧ୍ୟରେ ନୟାଗଡ଼ ଜିଲ୍ଲାରୁ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଏହି କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୫ ଜଣ ରଣପୁର ବ୍ଲକର ରହିଥିବା ବେଳେ ୯ ଜଣ ନୂଆଗାଁ ବ୍ଲକ ଏବଂ ଜଣେ ଖଣ୍ଡପଡ଼ା ବିଜ୍ଞାପିତ ଅଂଚଳ ପରିଷଦର ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଏହି ୧୫ ଜଣ ଆକ୍ରାନ୍ତଙ୍କ ମଧ୍ୟରେ ୮ଟି ସ୍ଥାନୀୟ ସଂକ୍ରମିତ ଥିବା ବେଳେ ୪ ଜଣ ସଂଗରୋଧ କେନ୍ଦ୍ରରୁ, ୨ ଜଣ ଭୂବନେଶ୍ୱରରୁ ସ୍ଥାନୀୟ ସଂକ୍ରମିତ ଏବଂ ଜଣେ ଭୂବନେଶ୍ୱରରେ ଚିକିତ୍ସିତ ହୋଇଥିବା ବେଳେ ଚିହ୍ନଟ ହୋଇଥିବା ଜଣାଯାଇଛି । ସୂଚନାନୁସାରେ, ରଣପୁର ବ୍ଲକରୁ ୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଭୂବନେଶ୍ୱର ସ୍ଥାନୀୟ ସଂକ୍ରମିତ ଏବଂ ୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି । ସେହିଭଳି ନୂଆଗାଁ ବ୍ଲକର ୯ ଜଣଙ୍କ ମଧ୍ୟରୁ ସ୍ଥାନୀୟ ସଂକ୍ରମିତ ୮ ଜଣ ଏବଂ ଭୂବନେଶ୍ୱର ସ୍ଥାନୀୟ ସଂକ୍ରମିତ ଜଣେ । ସେହିଭଳି ଖଣ୍ଡପଡ଼ା ବିଜ୍ଞାପିତ ଅଂଚଳ ପରିଷଦରୁ ଜଣେ ଭୂବନେଶ୍ୱରରେ ଚିକିତ୍ସାଧିନ ଅବସ୍ଥାରେ ଚିହ୍ନଟ ହୋଇଥିବା ଜଣାଯାଇଛି । ଅନ୍ୟପକ୍ଷେ, ଆଜି ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦ରେ ପହଂଚିଛି । ଜିଲ୍ଲାରେ ଆଜି ୨୫ ଜଣ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସରକାର ସୂଚନା ଦେଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୧୩ରେ ପହଂଚିଛି । ଜିଲ୍ଲାରେ ମୋଟ ୭୭ ଜଣ ଚିକିତ୍ସାଧିନ ଅବସ୍ଥାରେ ରହିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!