Wednesday, June 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲାସ୍ତରୀୟ ନୋଡାଲ ବୈଠକ ଭିସି ମାଧ୍ୟମରେ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
May 4, 2021
in Feature News, State
ଜିଲାସ୍ତରୀୟ ନୋଡାଲ  ବୈଠକ ଭିସି ମାଧ୍ୟମରେ ଅନୁଷ୍ଠିତ
86
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବର୍ତ୍ତା): ନବରଙ୍ଗପୁର ଜିଲ୍ଲାପାଳ ଡ଼ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ନୋଡାଲ ବୈଠକ ଭିସି ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ବିଶେଷ କରି ଏହି ବୈଠକରେ ନବରଙ୍ଗପୁର ଜିଲ୍ଲାରେ ଦିନକୁ ଦିନ ବୃଦ୍ଧି ପାଉଥିବା କୋଭିଡ ସଂକ୍ରମଣ ସମ୍ପର୍କରେ ବ୍ଲକ ୱାରୀ ସମୀକ୍ଷା କରାଯାଇଥିଲା। ଜିଲ୍ଲା ନୋଡାଲ ଅଧିକାରୀ ମାନେ ଜିଲ୍ଲାର ସମସ୍ତ କୋଭିଡ କେୟାର ସେଣ୍ଟର (ସିସିସି ) ଏବଂ ଗୋଷ୍ଠୀ ସ୍ୱାସ୍ଥ କେନ୍ଦ୍ର ଗୁଡିକ ପରିଦର୍ଶନ କରି କେତେ ଅକ୍ସିଜେନ ମହଜୁଦ ଅଛି, ଆମ୍ବୁଲାନ୍ସର ପରିସ୍ଥିତି, ମୃତ ବ୍ୟକ୍ତିଙ୍କ ଶରୀର ଠିକ ସମୟରେ ଅନ୍ତିମ ସତ୍କାର କିଭଳି ହେବ, ହସ୍ପିଟାଲରେ ଠିକ ସମୟରେ ରୋଗୀଙ୍କୁ ଖାଦ୍ୟ ଯୋଗାଇବା, ଖାଦ୍ୟ ର ଗୁଣବତ୍ତା, ହସ୍ପିଟାଲ ରେ ସଫାସୁତୁରା ଇତ୍ୟାଦି ବିଷୟରେ ତଦାରତ କରିବା ପାଇଁ ବିସ୍ତୃତ ଆଲୋଚନା ହୋଇଥିଲା। ପ୍ରତ୍ୟେକ ବ୍ଲକ କାର୍ଯ୍ୟାଳୟରେ ଚବିଶ ଘଣ୍ଟା ନିୟନ୍ତ୍ରଣ କକ୍ଷ ଖୋଲିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ କେୟାର ସେଣ୍ଟରେ ମାନଙ୍କରେ ହେଲ୍ପଡେସ୍କ ଖୋଲିବା ସହିତ ଲକଡାଉନ ସମୟରେ ପ୍ରବାସୀ ଓଡ଼ିଆଙ୍କ ଆଗମନ କୁ ଦୃଷ୍ଟିରେ ରଖି ଟିମସି (ଟିଏମସି) ଗୁଡ଼ିକ ସଜାଗ ରହିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଯେଉଁ କୋଭିଡ ରୋଗୀ ଘରେ ରହି ଚିକିତ୍ସିତ ହେଉଛନ୍ତି, ସେମାନଙ୍କ ସହିତ ଉତ୍ତମ ସମ୍ପର୍କ ସ୍ଥାପନ କରି ସୁବିଧା ଅସୁବିଧା ବୁଝିବା ପାଇଁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ।ଏହି ବୈଠକରେ ଜିଲ୍ଲାର ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!