Wednesday, July 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୋକାର୍ପିତ ହେଲା କୋଭିଡ୍‌ ସଚେତନତା ରଥ

by ସଞ୍ଜୟ ସ୍ୱାଇଁ
June 3, 2021
in Feature News
ଲୋକାର୍ପିତ ହେଲା କୋଭିଡ୍‌ ସଚେତନତା ରଥ
104
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ୟୁନିସେଫ୍‌, ଓଡ଼ିଶାର ମିଳିତ ଉଦ୍ୟମରେ ୧୦ଟି ଜିଲ୍ଲା ଓ ୨ଟି ମହାନଗର ନିଗମ ନିମନ୍ତେ ପ୍ରସ୍ତୁତ ସଚେତନତା ରଥ ଲୋକାର୍ପିତ ହୋଇଛି । କୋଭିଡ୍‌ ସମ୍ବନ୍ଧୀୟ ବିଭିନ୍ନ ବାର୍ତ୍ତା ନେଇ ଲୋକଙ୍କୁ ସଚେତନ କରିବା ଅଭିଯାନରେ ଏହା ସାମିଲ ହେବ । ପୂର୍ବରୁ ଦୁଇଟି ପର୍ଯ୍ୟାୟରେ ୧୬ଟି ଜିଲ୍ଲାର ୧୧୬ଟି ବ୍ଲକ୍‌ ଏବଂ ୩ଟି ସହରାଞ୍ଚଳରେ ଏହି ଅଭିଯାନ ଚାଲୁ କରାଯାଇଥିଲା । ଆଜିର ଏହି ସଚେତନତା ରଥଗୁଡ଼ିକ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼, ଗଜପତି, ଖୋର୍ଦ୍ଧା ଓ କଟକ ଜିଲ୍ଲା ସହିତ କଟକ ଓ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସଚେତନତାର ବାର୍ତ୍ତା ଦୃଶ୍ୟଶ୍ରାବ୍ୟ ମାଧ୍ୟମରେ ପ୍ରଚାର କରିବ । ସଂସ୍କୃତି ଭବନ ପରିସରରେ ଆୟୋଜିତ ଆଜିର ଏହି କାର୍ଯ୍ୟକ୍ରମକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଅବସରରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ପଦ୍ମଶ୍ରୀ ଅରୁଣା ମହାନ୍ତି, ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ, ଅଭିନେତା କୁନା ତି୍ରପାଠୀ, ଅର୍ଚ୍ଚିତା ଓ ସଂସ୍କୃତି ନିର୍ଦ୍ଦେଶକ ଶ୍ରୀ ରଞ୍ଜନ କୁମାର ଦାସଙ୍କ ପ୍ରଦତ୍ତ ବାର୍ତ୍ତା ପ୍ରଚାରର ଶୁଭାରମ୍ଭ କରାଯାଇଥିଲା । ଏଥି ସହିତ ଶ୍ରୀ ରଞ୍ଜନ କୁମାର ଦାସଙ୍କ ଦ୍ୱାରା ଲିଖିତ ସଚେତନତା କାହାଣୀ ‘କେଉଁ ବେଳାରେ ଆସିଲା ଏଇ କରୋନା ଭୂତାଣୁ’ ଗୀତର ଭିଜୁଆଲ, ଶ୍ରୀ ବାସୁଦେବ ମାଳବିଶୋଇ ଏବଂ ଶ୍ରୀ ଅବନୀ ମିଶ୍ରଙ୍କ ଦ୍ୱାରା ରଚିତ ଗୀତ ‘ହାତ ଅଟେ ଅମୂଲ୍ୟ ରତ୍ନ’ ଓ ‘ନାଗର ନାଗରୀ’ର ଲୋକାର୍ପଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ୟୁନିସେଫ୍‌, ନୂଆଦିଲ୍ଲୀର ଯୋଗାଯୋଗ ବିଶେଷଜ୍ଞ ଶ୍ରୀମତୀ ଲୋପାମୁଦ୍ରା ତି୍ରପାଠୀ, ନେହେରୁ ଯୁବ କେନ୍ଦ୍ରର ରାଜ୍ୟ ନିର୍ଦ୍ଦେଶକ ଶ୍ରୀମତୀ ରୀତା ଭଗତ, ବିଏମ୍‌ସିର ଅତିରିକ୍ତ କମିଶନର ଶ୍ରୀ ଲକ୍ଷ୍ମୀକାନ୍ତ ସେଠୀ, ରାଜ୍ୟ କଳା ସଂସ୍କୃତି ସଂଘର ଉପସଭାପତି ଶ୍ରୀ ଅବନୀ ମିଶ୍ର ଯୋଗଦେଇଥିବାବେଳେ ଏହି ସମସ୍ତ କାର୍ଯ୍ୟକ୍ରମକୁ ଶ୍ରୀ ବାସୁଦେବ ମାଳବିଶୋଇ ସଂଯୋଜନା କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!