Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ଟିକା ରପ୍ତାନି ସାମୟିକଭାବେ ସ୍ଥଗିତ ରଖିଲା ଭାରତ

by ସଞ୍ଜୟ ସ୍ୱାଇଁ
March 25, 2021
in Feature News
କରୋନା ଟିକା ରପ୍ତାନି ସାମୟିକଭାବେ ସ୍ଥଗିତ ରଖିଲା ଭାରତ
149
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ଭାରତରେ କରୋନା ସଂକ୍ରମଣ ପୁଣି ବଢୁଥିବାରୁ କେନ୍ଦ୍ର ସରକାର ସାମୟିକ ଭାବେ କୋଭିସିଲଡ ଟିକା ରପ୍ତାନିକୁ ସ୍ଥଗିତ ରଖିଛନ୍ତି । ଦେଶରେ କରୋନା ଟିକା ଚାହିଦା ପୂରଣ କରିବା ପରେ ପରବର୍ତ୍ତିକାଳରେ ବିଦେଶକୁ ରପ୍ତାନି କରିବା ସମ୍ପର୍କରେ ନିଷ୍ପତ୍ତି ନିଆଯିବ । କେନ୍ଦ୍ର ସରକାର ଆସନ୍ତା ଏପ୍ରିଲ ପହିଲାରୁ ୪୫ ବର୍ଷରୁ ଉର୍ଦ୍ଧ୍ବ ବୟସର ଲୋକମାନଙ୍କୁ କରୋନା ଟିକା ଦେବା ପାଇଁ ଘୋଷଣା କରିଛନ୍ତି । ଏହାପରେ ଦେଶରେ ଟିକା ଚାହିଦା ଆହୁରି ବୃଦ୍ଧି ପାଇବ । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହି ନିଷ୍ପତ୍ତି ନେଇଥିବା ଅନୁମାନ କରାଯାଉଛି । ଗତ କାଲି କେତେକ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା ଯେ ଭାରତରେ ଯେତିକି ଲୋକଙ୍କୁ ଟିକା ଦିଆଯାଇଛି, ତାଠାରୁ ଅଧିକ ଟିକା ରପ୍ତାନି କରାଯାଇଛି । ଏହାକୁ ନେଇ କେତେକ ମହଲରେ ସରକାରଙ୍କୁ ସମାଲୋଚନା କରାଯାଇଥିଲା । ଭାରତରେ ଗତ କିଛି ଦିନ ହେଲା ପୁଣି କରୋନା ସଂକ୍ରମଣ ଚିନ୍ତାଜନକଭାବେ ବୃଦ୍ଧି ପାଇଚାଲିଛି । ଗତ ୨୪ ଘଣ୍ଟାରେ ଦେଶରେ ୫୩,୪୭୬ ଟି ନୂଆ କରୋନା ମାମଲା ଦେଖାଦେଇଛି । ଭାରତରେ ପୁଣି ଗତ ବର୍ଷ ପରି କରୋନା ସଂକ୍ରମଣ ବଢିଚାଲିଥିବାବେଳେ ବିଦେଶକୁ ଟିକା ରପ୍ତାନିକୁ ନେଇ କେତେକ ମହଲରେ ପ୍ରଶ୍ନ ଉଠିଥିଲା । ଏପରିକି ଦିଲ୍ଲୀ ହାଇକୋର୍ଟ ମଧ୍ୟ ଏ ନେଇ ପ୍ରଶ୍ନ ଉଠାଇଥିଲେ । ସୂଚନାଯୋଗ୍ୟ ଯେ ପୁଣେ ସ୍ଥିତି ସେରମ ଇନଷ୍ଟିଚ୍ୟୁଟ ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଟିକାକୁ ଭାରତରେ କୋଭିସିଲଡ ନାମରେ ଉତ୍ପାଦନ କରୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!