Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ ଡାକ୍ତରଖାନା ପରିସରରେ ସ୍ଥାୟୀ ପବ୍ଲିକ ପାର୍କିଂ ବ୍ୟବସ୍ଥା କରାଯାଉ : କଂଗ୍ରେସ

by ସଞ୍ଜୟ ସ୍ୱାଇଁ
February 12, 2025
in Nayagarh, State
ନୟାଗଡ ଡାକ୍ତରଖାନା ପରିସରରେ ସ୍ଥାୟୀ ପବ୍ଲିକ ପାର୍କିଂ ବ୍ୟବସ୍ଥା କରାଯାଉ : କଂଗ୍ରେସ
122
VIEWS
Share on FacebookShare on Twitter

ନୟାଗଡ, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଗୁରୁତର ଟ୍ରାଫିକ ସମସ୍ୟା ପ୍ରତ୍ୟହ ଅନୁଭୂତ ହେଉଛି । ଡାକ୍ତରଖାନା ପରିସରରେ ବଡବଡ଼ ଅଟ୍ଟାଳିକା, ଷ୍ଟାଫ କ୍ୱାର୍ଟର ନିର୍ମାଣ ହେବା ପରେ ପବ୍ଲିକ ପାର୍କିଂ, ୧୦୮ ଆମ୍ବୁଲାନ୍ସ, ଘରୋଇ ଆମ୍ବୁଲାନ୍ସ ପାର୍କିଂ ଏପରିକି ହସ୍ପିଟାଲ ଷ୍ଟାଫ ମାନଙ୍କ ଗାଡି ପାର୍କିଂ ପାଇଁ ଧ୍ୟାନ ଦିଆଯାଉ ନାହିଁ । ଯାହାଫଳରେ ଜବରଦସ୍ତ ପାର୍କିଂ ସମସ୍ୟା ସମାଧାନ ପାଇଁ ଏବେ ଡାକ୍ତରଖାନା ପରିସରରେ ଥିବା ପୁରୁଣା ସର୍ଜରୀ ୱାର୍ଡ ଭଙ୍ଗା ଯାଉଥିବା ଉଦ୍ଧିଷ୍ଟ ସ୍ଥାନକୁ ପବ୍ଲିକ ପାର୍କିଂ ସ୍ଥଳ ଭାବେ ବ୍ୟବହାର କରିବା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ, ନୟାଗଡ ବିଧାୟକ ଡ଼ ଅରୁଣ ସାହୁ, ନୟାଗଡ ଜିଲ୍ଲପାଳ ଙ୍କୁ ନୟାଗଡ କଂଗ୍ରେସ ନେତା ତଥା ବରିଷ୍ଟ ଆଇନଜୀବୀ ରଣଜିତ ଦାଶ ସାମାଜିକ ଗଣମାଧ୍ୟମ X ଯୋଗେ ପ୍ରସ୍ତାବ ଦେଇଛନ୍ତି l ପ୍ରାୟ ୧୩ ଲକ୍ଷ ଜିଲ୍ଲା ବାସୀ ନିର୍ଭର କରୁଥିବା ଏହି ମୁଖ୍ୟ ଚିକିତ୍ସାଳୟ କୁ ପ୍ରତ୍ୟେକ ଦିନ ହଜାରହଜାର ସଂଖ୍ୟାରେ ବିଭିନ୍ନ ବର୍ଗ ର ରୋଗୀ ଏବଂ ସେମାନଙ୍କ ଆଟେଣ୍ଡାଣ୍ଟ ଆସୁଥିବାରୁ ନିର୍ଦ୍ଧିଷ୍ଟ ପବ୍ଲିକ ପାର୍କିଂ ସ୍ଥାନ ଅଭାବ ଯୋଗୁଁ ଡାକ୍ତରଖାନା ପରିସର ରେ ଟ୍ରାଫିକ ସମସ୍ୟା ବଢ଼ିବଢ଼ି ଚାଲିଛି l ତେଣୁ ଏହାର ସମାଧାନ ଉପରେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଧ୍ୟାନ ଦେବା ପାଇଁ ଶ୍ରୀ ଦାଶ ଅନୁରୋଧ କରିଛନ୍ତି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!