Friday, June 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିମ୍ ଇଣ୍ଡିଆ ନିରାଶ, ହାରିଲା ସିରିଜ୍

by ସଞ୍ଜୟ ସ୍ୱାଇଁ
January 14, 2022
in Sports, WORLD
ଟିମ୍ ଇଣ୍ଡିଆ ନିରାଶ, ହାରିଲା ସିରିଜ୍
82
VIEWS
Share on FacebookShare on Twitter

କେପ୍ ଟାଉନ, (ବାଘୁଆବାର୍ତ୍ତା): ଦକ୍ଷିଣ ଆଫ୍ରିକାକୁ ତା’ ନିଜ ମାଟିରେ ହରାଇବାର ଟିମ୍ ଇଣ୍ଡିଆର ସ୍ୱପ୍ନ ପୁଣିଥରେ ଧୂଳିସାତ୍ ହୋଇଯାଇଛି। ୨୦୧୮ ଭଳି ପୁଣିଥରେ ଟିମ୍ ଇଣ୍ଡିଆର ଖରାପ ବ୍ୟାଟିଂ ଇତିହାସ ରଚିବାର ସୁଯୋଗ ଛଡ଼ାଇ ନେଇଛି। କେପ୍ ଟାଉନରେ ଖେଳାଯାଇଥିବା ଟେଷ୍ଟ ସିରିଜର ତୃତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୭ ୱିକେଟରେ ଭାରତକୁ ହରାଇ ସିରିଜକୁ ୨-୧ରେ ଜିତି ନେଇଛି। ମ୍ୟାଚରେ ତୃତୀୟ ଦିବସରେ ଦକ୍ଷିଣ ଆଫ୍ରିକାକୁ ବିଜୟ ପାଇଁ ୧୧୧ ରନ୍ ଦରକାର ଥିଲା ବେଳେ ଭାରତକୁ ୮ ୱିକେଟ୍ ଆବଶ୍ୟକ ହେଉଥିଲା। କିନ୍ତୁ କୀଗାନ ପିଟରସନ୍ ଓ ରାସି ଭାନ୍ ଡର୍ ଡୁସେସନଙ୍କ ଇନିଂସ୍ ଦମରେ ଦକ୍ଷିଣ ଆଫ୍ରିକା ସହଜରେ ଲକ୍ଷ୍ୟକୁ ହାସଲ କରିନେଇଥିଲା। ଟିମ୍ ଇଣ୍ଡିଆ ଉଭୟ ଇନିଂସରେ ନୈରାଶ୍ୟଜନକ ବ୍ୟାଟିଂ କରିଥିଲା। ଯେଉଁ କାରଣରୁ ଘରୋଇ ଦଳ ଆଗରେ ଭାରତ ୨୧୨ ରନର ଲକ୍ଷ୍ୟ ଧାର୍ୟ୍ୟ କରିଥିଲା। ଦକ୍ଷିଣ ଆଫ୍ରିକା ମାତ୍ର ୩ ୱିକେଟ୍ ହରାଇ ଏହି ଲକ୍ଷ୍ୟ ହାସଲ କରିନେଇଥିଲା। ଦକ୍ଷିଣ ଆଫ୍ରିକା ପକ୍ଷରୁ କୀଗାନ ପିଟରନସ୍ ସର୍ବାଧିକ ୮୨ ରନ୍ (୧୧୩ ବଲ୍, ୧୦ ଚୌକା) କରି ଆଉଟ୍ ହୋଇଥିବା ବେଳେ ରାସି ଭାନ୍ ଡର୍ ଡୁସେନ୍ ୪୧ ଓ ତେମ୍ବା ବାଭୁମା ୩୨ ରନ କରି ଅପରାଜିତ ଥିଲେ। ଭାରତ ପକ୍ଷରୁ ଯଶପ୍ରୀତ ବୁମ୍ରା, ମହମ୍ମଦ ଶାମି ଓ ଶାର୍ଦ୍ଦୁଲ ଠାକୁର ଗୋଟିଏ ଲେଖାଏ ସଫଳତା ପାଇଥିଲେ। ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ଦକ୍ଷିଣ ଆଫ୍ରିକା ୨ ୱିକେଟ ହରାଇ ୧୦୧ ରନ୍ କରିଥିଲା। ଦିବସର ଶେଷ ବଲରେ କ୍ୟାପଟେନ୍ ଡିନ୍ ଏଲଗାର (୩୦)ଙ୍କୁ ଆଉଟ୍ କରି ଯଶପ୍ରୀତ ବୁମ୍ରା ଭାରତ ପାଇଁ ଆଶା ସଞ୍ଚାର କରିଥିଲେ। କିନ୍ତୁ ଚତୁର୍ଥ ଦିବସରେ ଦକ୍ଷିଣ ଆଫ୍ରିକାର ଇନଫର୍ମ ବ୍ୟାଟ୍ସମ୍ୟାନ୍ ପିଟରସନ୍ ଓ ଡୁସେନ୍ ତୃତୀୟ ୱିକେଟ୍ ପାଇଁ ୫୪ ରନର ମହତ୍ତ୍ୱପୂର୍ଣ୍ଣ ଭାଗିଦାରୀ ଥିଲେ। ଏହା ପରେ ଡୁସେନଙ୍କ ସହ ମିଶି ବାଭୁମା ଚତୁର୍ଥ ୱିକେଟ୍ ପାଇଁ ଅପରାଜିତ ୫୭ ରନ୍ ଯୋଡ଼ି ଦଳକୁ ଜିତାଇଥିଲେ। ସୂଚନାଯୋଗ୍ୟ, ଉକ୍ତ ଟେଷ୍ଟରେ ଭାରତ ପ୍ରଥମ ଇନିଂସରେ ୨୨୩ ରନ୍ କରି ଅଲଆଉଟ୍ ହୋଇଥିଲା। ଜବାବରେ ଦକ୍ଷିଣ ଆଫ୍ରିକା ୨୧୦ ରନ୍ କରିଥିଲା। ୧୩ ରନରେ ଆଗୁଆ ଥିବା ଭାରତ ଦ୍ୱିତୀୟ ଇନିଂସରେ ୧୯୮ ରନ୍ କରି ଅଲଆଉଟ୍ ହୋଇଥିଲା।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!