Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାରତର ବିଜୟ ରେକର୍ଡ ଜାରି

by ସଞ୍ଜୟ ସ୍ୱାଇଁ
October 14, 2023
in NATIONAL NEWS, Sports, WORLD
ଭାରତର ବିଜୟ ରେକର୍ଡ ଜାରି
186
VIEWS
Share on FacebookShare on Twitter

ଅହମ୍ମଦାବାଦ, (ବାଘୁଆବାର୍ତ୍ତା): ବୋଲରଙ୍କ ଘାତକ ବୋଲିଂ ପରେ ଅଧିନାୟକ ରୋହିତ ଶର୍ମାଙ୍କ ଧୂଆଁଧାର ବ୍ୟାଟିଂରେ ପାକିସ୍ତାନ ଧରାଶାୟୀ। ଉଭୟ ବୋଲିଂ ଓ ବ୍ୟାଟିଂରେ ଦମଦାର ପ୍ରଦର୍ଶନ କରି ଭାରତ ବିଶ୍ଵକପ୍ ୨୦୨୩ର ମହାମୁକାବିଲାରେ ପାକିସ୍ତାନକୁ ୭ ଓ୍ଵିକେଟ୍‌ରେ ହରାଇଛି। ଏହି ସହଜ ବିଜୟ ସହ ଭାରତ କ୍ରମାଗତ ତୃତୀୟ ବିଜୟ ହାସଲ କରିଛି। ଏହା ସହିତ ବିଶ୍ଵକପରେ ପାକିସ୍ତାନ ବିପକ୍ଷରେ ଭାରତର ବିଜୟ ଧାରା ଅବ୍ୟାହତ ରହିଛି। ଦିନିକିଆ ବିଶ୍ଵକପରେ ପାକିସ୍ତାନ ବିପକ୍ଷରେ ଭାରତ ଅଷ୍ଟମ ବିଜୟ ହାସଲ କରିଛି। ଅନ୍ୟପଟେ ପାକିସ୍ତାନ ଚଳିତ ବିଶ୍ଵକପରେ ପ୍ରଥମ ପରାଜୟ ଭୋଗିଛି। ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ମହାମୁକାବିଲାରେ ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ବାବର ଆଜମଙ୍କ ୫୦ ଏବଂ ମହମ୍ମଦ ରିଜଓ୍ଵାନଙ୍କ ୪୯ ରନ ବଳରେ ୪୨.୫ ଓଭରରେ ୧୯୧ ରନରେ ଅଲଆଉଟ୍ ହୋଇଥିଲା। ଜବାବରେ ରୋହିତ ଶର୍ମାଙ୍କ ବିସ୍ଫୋରକ ୮୬ ରନ ସହ ଶ୍ରେୟସ ଆୟରଙ୍କ ଅପରାଜିତ ୫୩ ରନର ଉପଯୋଗୀ ବ୍ୟାଟିଂ ବଳରେ ଭାରତ ୩ ଓ୍ଵିକେଟ୍ ହରାଇ ୩୦.୩ ଓଭରରେ ବିଜୟ ଲକ୍ଷ୍ୟ ହାସଲ କରି ନେଇଛି। ବୋଲିଂରେ ଭାରତ ପକ୍ଷରୁ ଯଶପ୍ରୀତ ବୁମରା ଓ କୁଲଦୀପ ଯାଦବ ପ୍ରତ୍ୟେକ ୨ଟି ଲେଖାଏ ଓ୍ଵିକେଟ୍ ନେଇଛନ୍ତି। ୧୯୨ ରନର ବିଜୟ ଲକ୍ଷ୍ୟ ପିଛା କରିଥିବା ଭାରତକୁ ୨୩ ରନ ସ୍କୋରରେ ପ୍ରଥମ ଝଟକା ଲାଗିଥିଲା। ଡେଙ୍ଗୁରୁ ସୁସ୍ଥ ହୋଇ ବିଶ୍ଵକପରେ ନିଜର ପ୍ରଥମ ମ୍ୟାଚ୍ ଖେଳିଥିବା ଶୁଭମନ ଗିଲ୍ ୧୬ ରନ କରି ଆଉଟ୍ ହୋଇଥିଲେ। ଏହା ପରେ ରୋହିତ ଶର୍ମା ଓ ବିରାଟ କୋହଲି ଦ୍ଵିତୀୟ ଓ୍ଵିକେଟ୍ ପାଇଁ ୫୬ ରନ ଯୋଡ଼ିଥିଲେ। କୋହଲି ୧୬ ରନ କରି ବିଦାୟ ନେଇଥିଲେ। ଅନ୍ୟପଟେ ରୋହିତ ଶର୍ମା ବିସ୍ଫୋରକ ବ୍ୟାଟିଂ କରି ପାକିସ୍ତାନ ବୋଲରଙ୍କୁ ପ୍ରହାର କରିଥିଲେ। ଏହି କ୍ରମରେ ସେ ନିଜର ଅର୍ଦ୍ଧଶତକ ପୂରଣ କରିଥିଲେ। ଏହା ପରେ ରୋହିତ ଶ୍ରେୟସ ଆୟରଙ୍କ ସହ ମିଶି ତୃତୀୟ ଓ୍ଵିକେଟ୍ ପାଇଁ ୭୭ ରନ ଯୋଡ଼ି ଦଳର ବିଜୟ ସୁନିଶ୍ଚିତ କରିଥିଲେ। ତେବେ ଶତକ ଆଡ଼କୁ ଅଗ୍ରସର ହେଉଥିବା ରୋହିତ ଆଉଟ୍ ହେବା ପ୍ରଶଂସକଙ୍କୁ ନିରାଶ କରିଥିଲା। ରୋହିତ ମାତ୍ର ୬୩ ବଲ୍‌ରୁ ୬ ଚୌକା ଓ ୬ ଛକା ସହ ୮୬ ରନ କରି ପାଭିଲିୟନ ଫେରିଥିଲେ। ଏହା ପରେ ବିଜୟର ଔପଚାରିକତା ପୂରଣ କରିଥିଲେ ଶ୍ରେୟସ ଆୟର ଓ କେଏଲ ରାହୁଲ। ଶ୍ରେୟସ ସଂଯମତାର ସହ ବ୍ୟାଟିଂ କରି ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି। ଏଥିସହ ଭାରତ ୩୦.୩ ଓଭରରେ ୩ ଓ୍ଵିକେଟ୍ ହରାଇ ୧୯୨ ରନର ବିଜୟ ଲକ୍ଷ୍ୟ ହାସଲ କରି ନେଇଛି। ଶ୍ରେୟସ ୫୩ ରନ ଓ କେଏଲ ରାହୁଲ୧୯ ରନ କରି ଅପରାଜିତ ଅଛନ୍ତି। ପାକିସ୍ତାନ ପକ୍ଷରୁ ଶାହିନ ଆଫ୍ରିଦି ୨ଟି ଓ ହସନ ଅଲ୍ଲୀ ଗୋଟିଏ ଓ୍ଵିକେଟ୍ ନେଇଛନ୍ତି। ପାକିସ୍ତାନ ଇନିଂସ – ପାକିସ୍ତାନର ଦୁଇ ଓପନର ଅବଦୁଲ୍ଲା ଶଫିକ ଓ ଇମାମ ଉଲ ହକ ପ୍ରଥମ ଓ୍ଵିକେଟ୍‌ରେ ୪୧ ରନ ଯୋଡ଼ିଥିଲେ। ସଫିକ(୨୦)ଙ୍କୁ ଆଉଟ୍ କରି ମହମ୍ମଦ ସିରାଜ ଭାରତକୁ ପ୍ରଥମ ସଫଳତା ଦେଇଥିଲେ। କ୍ରିଜରେ ଜମି ଆସୁଥିବା ଇମାମ ଉଲ ହକ୍ ୩୬ ରନ କରି ଆଉଟ୍ ହୋଇଥିଲେ। ୭୩ ରନରେ ଦୁଇ ଓପନରଙ୍କ ଆଉଟ୍ ପରେ ଅଧିନାୟକ ବାବର ଆଜମ ଓ ମହମ୍ମଦ ରିଜଓ୍ଵାନ ଦଳର ଇନିଂସ ସମ୍ଭାଳି ସ୍କୋରକୁ ଆଗକୁ ବଢାଇଥିଲେ। ଉଭୟ ଧୈର‌୍ୟ୍ୟର ସହ ବ୍ୟାଟିଂ କରି ତୃତୀୟ ଓ୍ଵିକେଟ୍ ପାଇଁ ୮୨ ରନ ଯୋଡ଼ିଥିଲେ। ବାବର ଆଜମ ଅର୍ଦ୍ଧଶତକ ହାସଲ କରିଥିଲେ ହେଁ ନିଜ ଇନିଂସକୁ ଆଗକୁ ବଢାଇ ପାରି ନ ଥିଲେ। ସେ ୫୮ ବଲ୍‌ରୁ ୭ ଚୌକା ସହ ୫୦ ରନ କରିଥିଲେ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!