Friday, July 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁଣିଗାରେଡି ସନ୍ଦେହରେ ଏକ ପରିବାରର ୩ ଜଣଙ୍କୁ ହତ୍ୟା, ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ

by ସଞ୍ଜୟ ସ୍ୱାଇଁ
October 21, 2021
in Crime, State
ଗୁଣିଗାରେଡି ସନ୍ଦେହରେ ଏକ ପରିବାରର ୩ ଜଣଙ୍କୁ ହତ୍ୟା, ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ
31
VIEWS
Share on FacebookShare on Twitter

ରାୟଗଡା, (ବାଘୁଆବାର୍ତ୍ତା): ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ କିତୁଂ ଗ୍ରାମରେ ଗୁଣିଗାରେଡି ସନ୍ଦେହରେ ଏକ ପରିବାରର ୩ ଜଣଙ୍କୁ ହତ୍ୟା ମାମଲାରେ ଆସିଲା ରାୟ । ୨୦୧୬ ମସିହାରେ ଘଟିଥିବା ଏହି ହତ୍ୟା ଘଟଣାରେ ୯ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଜିଲ୍ଲା ଓ ଦୌରାଜଜ ଅଦାଲତ । ଏହାପୂର୍ବରୁ ଗୁଣପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଅଦାଲତ ୯ ଜଣଙ୍କୁ ଫାଶି ଦଣ୍ଡାଦେଶ ଦେଇଥିଲେ। ଦଣ୍ଡାଦେଶ ପାଇଥିବା ଅଭିଯୁକ୍ତ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ମାନ୍ୟବର ହାଇକୋର୍ଟ ମାମଲାର ପୁନର୍ବିଚାର କରିବା ପାଇଁ ପ୍ରଥମେ ଗୁଣପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଗୁଣପୁର କୋର୍ଟ ମାମଲାଟିକୁ ରାୟଗଡା ଜିଲ୍ଲା ଓ ଦୌରାଜଜଙ୍କ କୋର୍ଟକୁ ସ୍ଥାନାନ୍ତର କରିଥିଲେ। ଏହା ହେବାପରେ ଜିଲ୍ଲା ଓ ଦୌରାଜଜଙ୍କ ଅଦାଲତ ଏହାର ବିଚାର କରିବା ପରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ସୂଚନାଯୋଗ୍ୟ, ୨୦୧୬ ମସିହା ସେପ୍ଟେମ୍ବର ୯ ତାରିଖରେ କିତୁଂ ଗ୍ରାମର ଗୋଟିଏ ପରିବାରର ବାପା, ମାଆ ଓ ଝିଅଙ୍କୁ ଗୁଣିଗାରେଡି ସନ୍ଦେହରେ ପ୍ରଥମ ନିସ୍ତୁକ ମାଡ ମରାଯାଇଥିଲା । ପରେ ସେମାନଙ୍କୁ କୀଟନାଶକ ଇଞ୍ଜେକସନ ଦେଇଥିଲେ ଅଭିଯୁକ୍ତ। ସେମାନଙ୍କୁ ଅଚେତ ଅବସ୍ଥାରେ ଗାତଖୋଳି ପୋତିଦେଇଥିଲେ । ପରେ ପୁଲିସ ହାତରେ ଧରାପଡିଯିବା ଭୟରେ ଗାତ ଭିତରୁ ବାହାର କରି କିରୋସିନ ଢାଳି ପୋଡି ଦେଇଥଲେ। ଏହି ଜଘନ୍ୟ ହତ୍ୟା ମାମଲାରେ ପୁଟାସିଂ ପୋଲିସ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଜଣେ ନାବାଳକଙ୍କୁ ବାଳ ସୁଧାର ଗୃହକୁ ପଠାଇଦେଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!