Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାବୁଲି ମହାରଣା ହତ୍ୟା ଉଦ୍ୟମ ଘଟଣାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ

by ସଞ୍ଜୟ ସ୍ୱାଇଁ
July 27, 2021
in Crime, State
ବାବୁଲି ମହାରଣା ହତ୍ୟା ଉଦ୍ୟମ ଘଟଣାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ
124
VIEWS
Share on FacebookShare on Twitter

କେନ୍ଦ୍ରାପଡା, (ବାଘୁଆବାର୍ତ୍ତା): କେନ୍ଦ୍ରାପଡାର ବହୁ ଚର୍ଚ୍ଚିତ ବାବୁଲି ମହାରଣା ହତ୍ୟା ଉଦ୍ୟମ ଘଟଣାରେ କେନ୍ଦ୍ରାପଡା ସ୍ପେଶାଲ ସ୍କ୍ବାଡ୍ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ଠାରୁ ଗୋଟିଏ ରିଭଲଭର, ଗୋଟିଏ ମାରୁତି କାର, ଗୋଟିଏ ବୋଲେରୋ, ଦୁଇଟି ମଟର ସାଇକେଲ, ୫ଟି ମୋବାଇଲ ଫୋନ୍ ଜବତ କରିଛି ପୋଲିସ । ତେବେ ବାବୁଲି ମହାରଣାଙ୍କ ସୁରକ୍ଷାକର୍ମୀଙ୍କ ଗୁଳି ମାଡରେ ଆହତ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ଚିକିତ୍ସା କରିଥିବା କଟକ ଜିଲ୍ଲା ଅସୁରେଶ୍ବର ସ୍ଥିତ ସାହ ନର୍ସିଂହୋମକୁ ସିଲ୍ କରିବା ସହ ପୋଲିସ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ଗିରଫଦାରୀକୁ ନେଇ କେନ୍ଦ୍ରାପଡା ଏସ୍ପି ମଦକର ସମ୍ବିତ ସମ୍ପଦଙ୍କ ସୂଚନା ଦେଇଛନ୍ତି। ଘଟଣାରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତମାନଙ୍କୁ ଖୁବ୍ ଶୀଘ୍ର ଗିରଫ କରାଯିବା ନେଇ ଏସ୍ପି ସୂଚନା ଦେଇଛନ୍ତି। ଗତ ଜୁଲାଇ ୧୪ ତାରିଖରେ ତିନିମୁହାଣୀ ବଜାର କମିଟି ସଭାପତି ବାବୁଲି ମହାରଣାଙ୍କୁ ତାଙ୍କ ଟ୍ରାକ୍ଟର ସୋ ରୁମ୍ ରେ ପଶି ହତ୍ୟା ଉଦ୍ୟମ କରିଥିଲେ ଦୁଇ ଯୁବକ। ଏହା ପୂର୍ବରୁ ୨୦୧୯ ଜୁଲାଇ ମାସରେ ମଧ୍ୟ ବାବୁଲିଙ୍କୁ ହତ୍ୟା ଉଦ୍ୟମ କରାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!