Friday, September 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗିରଫ ହେଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍‌ ସେକ୍ରେଟାରୀ, ୩ କୋଟି ୭୯ ଲକ୍ଷ ଟଙ୍କାର ସଂପତ୍ତି ଜବତ

by ସଞ୍ଜୟ ସ୍ୱାଇଁ
July 31, 2021
in Crime, State
ଗିରଫ ହେଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍‌ ସେକ୍ରେଟାରୀ, ୩ କୋଟି ୭୯ ଲକ୍ଷ ଟଙ୍କାର ସଂପତ୍ତି ଜବତ
114
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଗିରଫ ହେଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ୍‌ କମିଶନ ସଦସ୍ୟଙ୍କ ପ୍ରାଇଭେଟ୍‌ ସେକ୍ରେଟାରୀ (ପିଏସ୍) ବିରଞ୍ଚି ନାରାୟଣ ସାହୁ। ଆୟ ବହିର୍ଭୂତ ଠୁଳ ଅଭିଯୋଗରେ କୁବେର ପିଏସ୍‌ଙ୍କୁ ଗିରଫ କରିଛି ଭିଜିଲାନ୍ସ। ଏପର୍ୟ୍ୟନ୍ତ ତାଙ୍କ ନିକଟରୁ ୩ କୋଟି ୭୯ ଲକ୍ଷ ଟଙ୍କାର ସଂପତ୍ତି ଜବତ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ବିରଞ୍ଚିଙ୍କର ଭୁବନେଶ୍ୱର ଓ କଟକ ସ୍ଥିତ ବାସଭବନ ସମେତ ମୋଟ ୬ଟି ସ୍ଥାନରେ ରେଡ୍‌ କରାଯାଇଥିଲା। ରେଡ୍‌ ବେଳେ ଦେଢ଼ କିଲୋ ଓଜନର ସୁନା ଅଳଙ୍କାର, ନଗଦ ୨୫ ଲକ୍ଷ ଟଙ୍କା ଓ ୫୬ ଲକ୍ଷ ଟଙ୍କାର ବୀମା ସାଙ୍ଗକୁ ଅନ୍ୟାନ୍ୟ ଦାମୀ ସାମଗ୍ରୀ ଜବତ କରାଯାଇଥିଲା। ସେହିଭଳି ତାଙ୍କ ଘରୁ ନିଯୁକ୍ତି ସଂପର୍କିତ ବହୁ ଆବେଦନ ପତ୍ର ଓ ଆଡ୍‌ମିଟ୍ କାର୍ଡ ମଧ୍ୟ ଜବତ କରାଯାଇଥିଲା। ତା’ ସହିତ ୧୪ଟି ପ୍ଲଟ୍ ଓ ୨ଟି ଦୁଇ ମହଲା କୋଠା ସମେତ ମୋଟ ୪ଟି ଘର ଠାବ କରିଥିଲେ ଭିଜିଲାନ୍ସ ଅଧିକାରୀ। ସବୁ ଠାରୁ ବଡ଼ କଥା ହେଲା ତାଙ୍କ ସମ୍ପର୍କୀୟଙ୍କ ନାଁରେ କୋଟି କୋଟି ଟଙ୍କା ସମ୍ପତ୍ତ ଶ୍ରୀ ସାହୁ ରଖିଥିବା ଜଣାପଡିଛି। ଶ୍ରୀ ସାହୁ କରୋନା ମହାମାରୀ ସମୟରେ ୨ ଥର ବିଦେଶ ଗସ୍ତ କରିଥିବାର ପ୍ରମାଣ ମିଳିଛି। ଏଥି ସହ ତାଙ୍କ ଘରୁ ବିଡା ବିଡା ବିଦେଶୀ ନୋଟ୍‌ ମଧ୍ୟ ଠାବ କରାଯାଇଛି।ଗତ କିଛି ମାସ ତଳେ ଏସ୍‌ଏସ୍‌ସି ମାଧ୍ୟମରେ ଚାକିରି ବିଜ୍ଞାପନ ବାହାରିଥିଲା। ଶ୍ରୀ ସାହୁ ଓ ତାଙ୍କର କିଛି ଖାସ୍‌ ସହଯୋଗୀ ଲକ୍ଷ ଲକ୍ଷ ଟଙ୍କାରେ ଡିଲ୍‌ କରୁଥିଲେ। ହେଲେ ଭିଜିଲାନ୍ସ ଏମାନଙ୍କୁ ଧରିବା ପୂର୍ବରୁ ଖସି ଯାଇଥିଲେ। ସେବେଠାରୁ ଭିଜିଲାନ୍ସ ତାଙ୍କ ଉପରେ ନଜର ରଖିଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!