Saturday, September 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ମାଆ ମୃତ, ବାପା ଓ ପୁଅ ଗୁରୁତର

by ସଞ୍ଜୟ ସ୍ୱାଇଁ
August 9, 2021
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ମାଆ ମୃତ, ବାପା ଓ ପୁଅ ଗୁରୁତର
98
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି । କଟକ ଜିଲ୍ଲା ନରସିଂହପୁର ଥାନା ଅନ୍ତର୍ଗତ କାଠଖୁଣ୍ଟ ଗାଁରେ ଗତକାଲି ବିଳମ୍ବିତ ରାତିରେ ଏହି ଗୋଷ୍ଠୀ ସଂଘର୍ଷ ହୋଇଛି । ମୃତକ ହେଲେ ଗାଁର ଶିବ ମହାଳିକଙ୍କ ପତ୍ନୀ ବିନି ମହାଳିକ । ଅନ୍ୟ ଗୋଷ୍ଠୀର ଆକ୍ରାମଣରେ ଆହତ ହୋଇଛନ୍ତି ଶିବ ଓ ତାଙ୍କ ପୁଅ ଆଲୋକ ମହାଳିକ । ସେମାନଙ୍କୁ ପ୍ରଥମେ ନରସିଂହପୁର ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ କଟକ ଏସସିବିକୁ ସ୍ଥାନାନ୍ତର କରାଯାଇଛି । ଅଭିଯୋଗ ଅନୁସାରେ, ଆଲୋକ ମହାଳିକଙ୍କର କୌଣସି କଥାକୁ ନେଇ ଗାଁର ବାଦଲ ମହାଳିକଙ୍କ ସହ ବଚସା ହୋଇଥିଲା । ଏହି ଘଟଣା ପରେ ବାଦଲଙ୍କ ପରିବାର ଲୋକ ମିଶି ଆଲୋକ ସମେତ ତାଙ୍କ ବାପା ଓ ମାଆଙ୍କୁ ଖଣ୍ଡା ଓ ଭୂଜାଲିରେ ଆକ୍ରମଣ କରିଥିଲେ । ଏହି ଘଟଣା ପରେ ଆକ୍ରମଣକାରୀ ଗାଁରୁ ଫେରାର୍ ହୋଇଯାଇଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଖୋଳତାଡ କରିଛି । ଅଭିଯୁକ୍ତଙ୍କୁ ଧରିବା ପାଇଁ ଉଦ୍ୟମ ଜାରି ରଖିଛି ପୋଲିସ । ଗାଁରେ ଚାପା ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ମୁତୟନ ଅଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!