Thursday, September 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶାଳୀକୁ ହତ୍ୟା ଓ ଶାଶୁକୁ ଦୁଷ୍କର୍ମ ଘଟଣା, ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
June 13, 2021
in Crime, State
ଶାଳୀକୁ ହତ୍ୟା ଓ ଶାଶୁକୁ ଦୁଷ୍କର୍ମ ଘଟଣା, ଅଭିଯୁକ୍ତ ଗିରଫ
194
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): ଶାଳୀକୁ ହତ୍ୟା ଓ ଶାଶୁକୁ ଦୁଷ୍କର୍ମ କରି ଫେରାର ଥିବା ଜଣେ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଛି କେନ୍ଦୁଝର ଜିଲ୍ଲା ବଲାଣି ପୁଲିସ୍‌। ଗିରଫ ଅଭିଯୁକ୍ତର ନାଁ ରୂପ ସିଂ ସିଧୁ। ଗତ ୭ ତାରିଖରେ କଲାଣି ଥାନା ଅନ୍ତର୍ଗତ କିରିବୁରୁ ଅଞ୍ଚଳରେ ଏହି ଲଜ୍ଜାଜନକ ଘଟଣା ଘଟିଥିଲା। ରୂପ ସିଂ ନିଜ ଶାଳୀ ଓ ଶାଶୁଙ୍କ ସହ ଜଙ୍ଗଲକୁ ଯାଇଥିଲା। ସେଠାରେ କୌଣସି କଥାକୁ ନେଇ ଶାଳୀ ସହିତ ତା’ର ଝଗଡ଼ା ହୋଇଥିଲା। ଏହି ସମୟରେ ଉତ୍‌କ୍ଷିପ୍ତ ହୋଇ ରୂପ ସିଂ ତା’ ଶାଳୀକୁ ଆକ୍ରମଣ କରି ଶରୀରରୁ ମୁଣ୍ଡକୁ ଅଲଗା କରିଦେଇଥିଲା। ପରେ ମୃତଦେହକୁ ୨ ଶହ ଫୁଟ ଘାଟି ତଳକୁ ଫିଙ୍ଗି ଦେଇଥିଲା। କିନ୍ତୁ ଏତିକିରେ ରୂପ ସିଂର ରାଗ ଥମି ନ ଥିଲା । ଏହାପରେ ସାଙ୍ଗରେ ଯାଇଥିବା ଶାଶୁଙ୍କୁ ସେ ଦୁଷ୍କର୍ମ କରିଥିଲା। ତେବେ କୌଶଳ କ୍ରମେ ତା’ ଶାଶୁ ସେଠାରୁ ଖସିଯାଇ ଏ ସଂପର୍କରେ ପୁଲିସରେ ଜଣାଇଥିଲେ । ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ରୂପ ସିଂର ଶାଳୀର ମୃତଦେହକୁ ଉଦ୍ଧାର କରିବା ସହ ଘଟଣାର ଛାନଭିନ ଚଳାଇଥିଲା । ଫେରାର ହେବାର ୫ ଦିନ ପରେ ଗତକାଲି ବୁଲାଣି ପୁଲିସ କେନ୍ଦୁଝର ଜିଲ୍ଲାର ବାମେବାରୀ ଥାନା ଅଞ୍ଚଳରୁ ରୂପ ସିଂକୁ ଗିରଫ କରିବାରେ ସଫଳ ହୋଇଥିଲା। ଗିରଫ କରି ପଚରାଉଚରା କରିବା ପରେ ତାକୁ କୋର୍ଟ ଚାଲାଣ କରାଯାଇଥିବା ପୁଲିସ୍ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!