Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କେମିଷ୍ଟ୍ରି ଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ

by ସଞ୍ଜୟ ସ୍ୱାଇଁ
May 13, 2022
in Crime, State
କେମିଷ୍ଟ୍ରି ଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ
156
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): କେମିଷ୍ଟ୍ରି ଶିକ୍ଷକଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ନବରଙ୍ଗପୁର ହିର୍ଲିସ୍ଥିତ ଏକଲବ୍ୟ ଆଦର୍ଶ ବିଦ୍ୟାଳୟର ଯୁକ୍ତ ୨ ଛାତ୍ରୀମାନେ। ଲ୍ୟାବ୍‌ରେ ଥିବାବେଳେ କେମିଷ୍ଟ୍ରି ଶିକ୍ଷକ ଅମର କୁମାର ନାଥ ସେମାନଙ୍କୁ ଅଶାଳୀନ ବ୍ୟବହାର କରିବା ସହ ଅଶାଳୀନ ମନ୍ତବ୍ୟ ଦେଉଥିବା ଅଭିଯୋଗ କରିଛନ୍ତି ଯୁକ୍ତ ୨ ଛାତ୍ରୀମାନେ। ଏନେଇ ନବରଙ୍ଗପୁର ସଦର ଥାନାରେ ଅଭିଯୋଗ ହୋଇଥିବା ବେଳେ ପୁଲିସ୍‌ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରିଛି। ଅଭିଯୋଗ ଅନୁଯାୟୀ, ଯୁକ୍ତ ୨ ଛାତ୍ରୀମାନେ ଲ୍ୟାବ୍‌କୁ ଯାଉଥିବା ବେଳେ ସେଠାରେ ସେମାନଙ୍କୁ ପଢ଼ାଇବା ବାହାନାରେ ଶିକ୍ଷକ ଅମର କୁମାର ନାଥ ଅଶାଳୀନ ମନ୍ତବ୍ୟ ସହ ଅଶାଳୀନ ବ୍ୟବହାର ପ୍ରଦର୍ଶନ କରୁଥିଲେ। ଏହା ଛାତ୍ରୀମାନଙ୍କ ପକ୍ଷେ ଅସହ୍ୟ ହେବାରୁ ଏନେଇ ସେମାନେ ଗତ ୫ ତାରିଖରେ ସ୍କୁଲ ପ୍ରିନ୍ସିପାଲଙ୍କ ନିକଟରେ ଅଭିଯୋଗ କରିଥିଲେ । ପରେ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ମଧ୍ୟ ଜଣାଇଥିଲେ । ଗତକାଲି ନବରଙ୍ଗପୁରର ଆଇଟିଡିଏ କର୍ତ୍ତୃପକ୍ଷ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଓ ମଙ୍ଗଳ ଅଧିକାରୀ ସ୍କୁଲରେ ପହଞ୍ଚି ଘଟଣାର ତଦନ୍ତ କରିଥିଲେ। ଏହାପରେ ବି ଘଟଣା ଅଧିକ ବିବାଦୀୟ ହେବାରୁ ଶିକ୍ଷକଜଣକ ଗତକାଲି ନିଜ ଇସ୍ତଫା ପ୍ରିନ୍ସିପାଲଙ୍କ ନିକଟକୁ ପଠାଇଥିଲେ। ଏହାପରେ ସନ୍ଧ୍ୟାରେ ଛାତ୍ରୀମାନେ ଥାନାରେ ଅଭିଯୋଗ କରିଥିବା ବେଳେ ପୁଲିସ୍‌ ତାଙ୍କୁ କାଲି ବାନ୍ଧିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!