Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମଞ୍ଜିତ ସିଂ ଓରଫ ଜିମି ହତ୍ୟା ମାମଲାରେ ହତ୍ୟାକାରୀ ବାପ-ପୁଅଙ୍କୁ ୮ ବର୍ଷ ସଶ୍ରମ କାରାଦଣ୍ଡ

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ମଞ୍ଜିତ ସିଂ ଓରଫ ଜିମି ହତ୍ୟା ମାମଲାରେ ହତ୍ୟାକାରୀ ବାପ-ପୁଅଙ୍କୁ ୮ ବର୍ଷ ସଶ୍ରମ କାରାଦଣ୍ଡ
61
VIEWS
Share on FacebookShare on Twitter

ବଡ଼ବିଲ୍‌, (ବାଘୁଆବାର୍ତ୍ତା): ଚମ୍ପୁଆର ବହୁ ଚର୍ଚ୍ଚିତ ମଞ୍ଜିତ ସିଂ ଓରଫ ଜିମି ହତ୍ୟା ମାମଲାର ଆଜି ରାୟ ପ୍ରକାଶ ପାଇଛି । ଆସାମୀ ବାପ-ପୁଅଙ୍କୁ ୮ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଚମ୍ପୁଆ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ । ଏଥିସହ ଉଭୟଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଜରିମାନା କରାଯାଇଛି । ଜରିମାନା ଅର୍ଥ ଅନାଦେୟ ଅଧିକ ୬ ମାସ ଜେଲ ପାଇଁ ରାୟରେ କୁହାଯାଇଛି । ଆସାମୀ ଦ୍ବୟ ହେଲେ ବାପା ବାଙ୍କା ବେହେରା ଓ ପୁଅ ବସନ୍ତ ବେହେରା । ଗତ ୩୦.୧୦.୨୦୧୬ କାଳୀ ପୂଜା ଦିନ ଏହି ହତ୍ୟାକାଣ୍ଡ ଘଟିଥିଲା । ଚମ୍ପୁଆ ରଜାବନ୍ଧର ବସନ୍ତ ବେହେରାଙ୍କ ପତ୍ନୀଙ୍କୁ ମଞ୍ଜିତ, ପ୍ରେମ ନିବେଦନ କରିବା ନେଇ ଏହି ହତ୍ୟାକାଣ୍ଡ ଘଟିବା ସେତେବେଳେ ପୋଲିସ ତଦନ୍ତରୁ ଜାଣିବାକୁ ପାଇଥିଲା । ମଞ୍ଜିତ ଓରଫ ଜିମିକୁ ଫାଉଡ଼ା ଓ ପଥରରେ ଛେଚି ନୃଶଂସ ଭାବେ ହତ୍ୟା କରିବା ପରେ ପ୍ରମାଣ ନଷ୍ଟ ପାଇଁ କିରୋସିନ ଢାଳି ପୋଡ଼ିଦେଇଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ୧୫ ଜଣ ସାକ୍ଷୀଙ୍କ ବୟାନ ଓ ପ୍ରମାଣକୁ ଭିତ୍ତି କରି ଆଜି ରାୟ ଶୁଣାଇଛନ୍ତି ଚମ୍ପୁଆ ଏଡିଜେ । ତେବେ ଏହି ରାୟରେ ସନ୍ତୁଷ୍ଟ ହୋଇନାହାନ୍ତି ମୃତକଙ୍କ ବାପା ରାମେଶ୍ୱର ସିଂ । ହତ୍ୟାକାରୀଙ୍କୁ ଫାଶୀ ହେବା ଦରକାର ବୋଲି ସେ କହିଛନ୍ତି । ଦରକାର ପଡ଼ିଲେ ସେ ଉପର କୋର୍ଟକୁ ଯିବେ ବୋଲି ପ୍ରତିକ୍ରିୟାରେ କହିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!