Wednesday, April 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ ମାରି ଅପହରଣ ଅଭିଯୋଗରେ ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
May 20, 2022
in Crime, State
ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ ମାରି ଅପହରଣ ଅଭିଯୋଗରେ ଜଣେ ଗିରଫ
19
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ମାରି ଅପହରଣ ଅଭିଯୋଗରେ ବାଲିଚନ୍ଦ୍ରପୁର ପୋଲିସ ଜଣଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ ଯାଜପୁର ଜିଲ୍ଲା ଦର୍ପଣ ତହସିଲ ଅଧୀନ ବନ୍ଦରେଶ୍ୱର ରାଜସ୍ବ ନିରୀକ୍ଷକ ସୋମନାଥ ସାମଲଙ୍କୁ ତାଙ୍କ କାର୍ୟ୍ୟାଳୟରେ ସ୍ଥାନୀୟ ବିକ୍ରମତୀରଣ ଗ୍ରାମର ଅନନ୍ତ ନାରାୟଣ ଧଳ ମାଡ଼ ମାରିବା ସହ ଅପହରଣ କରି ନେଇଥିବା ଅଭିଯୋଗ ହୋଇଛି । ଏକ ଉତ୍ତରାଧିକାରୀ ପ୍ରମାଣ ପତ୍ର ରିପୋର୍ଟକୁ ବେନିୟମ ଭାବେ ପରିବର୍ତ୍ତନ କରିବା ପାଇଁ ରାଜସ୍ବ ନିରୀକ୍ଷକଙ୍କୁ କହି ଆସୁଥିବା ବେଳେ ଏନେଇ ରାଜସ୍ବ ନିରୀକ୍ଷକ ମନା କରିବାରୁ ଅଫିସ କାର୍ୟ୍ୟଳୟରେ ପଶି ରାଜସ୍ବ ନିରୀକ୍ଷକଙ୍କୁ ମାଡ଼ ମାରି ଅପହରଣ କରି ନେଇଥିଲେ । ଏ ନେଇ ରାଜସ୍ବ ନିରୀକ୍ଷକ ବାଲିଚନ୍ଦ୍ରପୁର ଥାନାରେ ଲିଖିତ ଅଭିଯୋଗ କରିବା ପରେ ବାଲିଚନ୍ଦ୍ରପୁର ପୋଲିସ ଅନନ୍ତ ନାରାୟଣ ଧଳଙ୍କୁ ଗିରଫ କରିଛି । ପୂର୍ବରୁ ଅନନ୍ତ ନାରାୟଣ ଧଳଙ୍କ ନାମରେ ବାଲିଚନ୍ଦ୍ରପୁର ଥାନାରେ ଅପରାଧିକ ମାମଲା ରହିଛି । ଏନେଇ ବାଲିଚନ୍ଦ୍ରପୁର ଥାନା ପୋଲିସ ଘଟଣାର ଅଧିକ ତଦନ୍ତ ଚଳାଇଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!