Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ, ଦୁଇଜଣ ଠକ ଗିରଫ

by ସଞ୍ଜୟ ସ୍ୱାଇଁ
May 21, 2022
in Crime, State
ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ, ଦୁଇଜଣ ଠକ ଗିରଫ
39
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମେଡିକାଲ କଲେଜ ସିଟ୍ ଦେବା ନାଁରେ ଠକେଇ । ଦୁଇଜଣ ଠକକୁ ଗିରଫ କରିଛି କମିଶନରେଟ ପୋଲିସ । ଦୁଇ ଠକ ହେଉଛନ୍ତି କଲିକତାର ଅମିତ ବାନାର୍ଜୀ ଓ ବିହାରର ବିକାଶ କୁମାର । ମେ ୫ରେ ପଲ୍ଲବୀ ସାହା ନାମକ ଯୁବତୀଙ୍କ ଅଭିଯୋଗରେ ତଦନ୍ତ କରିଥିଲା ପୋଲିସ । ଇନଫୋସିଟି ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ସିଟ୍ ଦେବାକୁ କହି ଟଙ୍କା ଠକିଥିଲେ । ୩୦ଲକ୍ଷ ଟଙ୍କା ଠକେଇ ନେଇ ଅଭିଯୋଗ କରିଥିଲେ ପଲ୍ଲବୀ । ଗିରଫ ପରେ ଦୁଇ ଅଭିଯୁକ୍ତଙ୍କ ପାଖରୁ ୧୧ ଲକ୍ଷ ଜବତ ହୋଇଛି । ୧୦ ବର୍ଷ ହେଲାଣି ଦୁଇ ଠକ ଲୋକଙ୍କୁ ଠକୁଥିବା ନେଇ ଜଣାପଡୁଛି । ମେଡ଼ିକାଲ ପରୀକ୍ଷାର ରେଜଲ୍ଟ ଲିଷ୍ଟ ବାହାରିବା ପରେ ପ୍ରାର୍ଥୀଙ୍କୁ ଯୋଗାଯୋଗ କରୁଥିଲେ । ପ୍ରାଙ୍କ କଲ ଆପ ଜରିଆରେ ଫୋନ କରୁଥିଲେ ଠକ । ପ୍ରାଙ୍କ କଲ ଆପରେ କଲ କଲେ ଟ୍ରୁ କଲରେ କୌଣସି ନାଁ ଆସୁ ନଥିଲା । ଫେକ ଅଧାର କାର୍ଡ଼ ଓ କାଗଜପତ୍ର ବ୍ୟବହାର କରି ହୋଟେଲ ଓ ଫ୍ଲାଇଟ ରେ ଆସୁଥିଲେ ଠକମାନେ । ତେବେ ଏହି ଠକମାନେ ବିଭିନ୍ନ ରାଜ୍ୟରେ ଠକିଥିବା ନେଇ ଅଭିଯୋଗ ହୋଇଛି । ରିମାଣ୍ଡରେ ଆଣି ଜେରା କରାଯିବା ପରେ ଘଟଣା ଉପରୁ ପରଦା ହଟିବ ବୋଲି ପୋଲିସ କହିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!