ଉଦଳା, (ବାଘୁଆବାର୍ତ୍ତା): କେନାଲ କଡ଼ରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର। ମୟୁରଭଞ୍ଜ ଜିଲ୍ଲା ଉଦଳା ଥାନା ଚୁଳିଆପୋଷି କେନାଲ ରାସ୍ତାରୁ ମୃତଦେହ ଠାବ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ସୂଚନା ଅନୁଯାୟୀ, ଉଦଳା ଥାନା ଚୁଳିଆପୋଷି କେନାଲ ରାସ୍ତାରୁ ଆଜି ସକାଳୁ ଜଣେ ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ଉଦଳା ଥାନାକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ତଦନ୍ତ ଆରମ୍ଭ କରିଛି। ତେବେ ଯୁବକଙ୍କ ଘର କପ୍ତିପଦା ଥାନା ମହିଷାସୁରୀ ଅଞ୍ଚଳର ହୋଇଥିବା ଅନୁମାନ କରାଯାଉଥିବା ବେଳେ ନାଙ୍କ ନାମ ଏବେ ସୁଦ୍ଧା ଜଣାପଡିନାହିଁ । ମୃତକ ଜଣକ ଗୋରୁ ଜଗୁଆଳି ଭାବେ କାର୍ୟ୍ୟ କରୁଥିବା ସ୍ଥାନୀୟ ଲୋକଙ୍କ ନିକଟରୁ ପୋଲିସ୍ ଜାଣିବାକୁ ପାଇଛି । ହେଲେ ଯୁବକଙ୍କର ମୃତ୍ୟୁ କିପରି ହେଲା ତାହା ଅସ୍ପଷ୍ଟ ରହିଛି ।





