ବୋରିଗୁମ୍ମା, (ବାଘୁଆବାର୍ତ୍ତା): ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। କୋରାପୁଟ ଜିଲ୍ଲା ବୋରିଗୁମ୍ମା ସ୍ଥିତ ମିଲସାହିରେ ଆଜି ସକାଳୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ପାରିବାରିକ ଅଶାନ୍ତି କାରଣରୁ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସୂଚନାନୁଯାୟୀ, ବୋରିଗୁମ୍ମା ସ୍ଥିତ ମିଲସାହିରେ ଛତୁଆ ଗୋଦାମ ନିକଟରେ ଥିବା ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକମାନେ ଦେଖି ପୋଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଉଛନ୍ତି ସ୍ଥାନୀୟ ଅଞ୍ଚଳର ନେତ୍ରାନନ୍ଦ ଦାସ। ପାରିବାରିକ ଅଶାନ୍ତି ଯୋଗୁଁ ନେତ୍ରାନନ୍ଦ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି।





