Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡାହାଣୀ ସନ୍ଦେହରେ ପଥରରେ ଛେଚି ବୃଦ୍ଧାଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
June 17, 2022
in Crime, State
ଡାହାଣୀ ସନ୍ଦେହରେ ପଥରରେ ଛେଚି ବୃଦ୍ଧାଙ୍କୁ ହତ୍ୟା
26
VIEWS
Share on FacebookShare on Twitter

କରଞ୍ଜିଆ, (ବାଘୁଆବାର୍ତ୍ତା): ମଣିଷ ଚନ୍ଦ୍ରପୃଷ୍ଠରେ ପହଞ୍ଚି ସାରିଲାଣି। ହେଲେ ଆଜି ମଧ୍ୟ ଗ୍ରାମାଞ୍ଚଳର କେତେକ ଲୋକ ଅନ୍ଧବିଶ୍ୱାସର ଅନ୍ଧାରୀ ଗଳିରୁ ବାହାରି ପାରିନାହାନ୍ତି। ରକ୍ତରେ ଖେଳୁଛନ୍ତି ହୋଲି! ଡାହାଣୀ ସନ୍ଦେହରେ ହତ୍ୟା କରାଯାଉଛି। ଏପରି ହୃଦୟବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି। ଯଶିପୁର ଥାନା ପୋଡ଼ାଗଡ଼ ଗାଁର ଚମ୍ପା ହେମ୍ୱ୍ରମ(୭୫) ଘରେ ଏକାକୀ ଥିଲେ। ପରିବାର ଲୋକ କୌଣସି କାର୍ୟ୍ୟରେ ବାହାରକୁ ଯାଇଥିଲେ। ଗୁରୁବାର ରାତିରେ ଚମ୍ପା ହେମ୍ୱ୍ରମ ଖାଇପିଇ ଘର ପିଣ୍ଡାରେ ଶୋଇଥିଲେ। ବିଳମ୍ୱିତ ରାତିରେ ତାଙ୍କୁ ପଥରରେ ଛେଚି ଅତି ବୀଭତ୍ସ ଭାବେ ହତ୍ୟା କରାଯାଇଥିଲା। ଆଜି ପରିବାର ଲୋକେ ଘରକୁ ଆସିଥିବା ବେଳେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡ଼ିଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ କରଞ୍ଜିଆ ଏସ୍‌ଡିପିଓ ସୁଦର୍ଶନ ଗାଙ୍ଗୋଇ, ଯଶିପୁର ଆଇଆଇସି କ୍ଷେମାସାଗର ପଣ୍ଡା ଓ ସାଇଣ୍ଟିଫିକ୍‌ ଟିମ୍‌ ଗାଁରେ ପହଞ୍ଚି ତଦନ୍ତ କରୁଛନ୍ତି। ଗାଁରେ ଚମ୍ପାଙ୍କ ପରିବାର ସହିତ କାହାର କିଛି ଶତ୍ରୁନଥିଲା ବୋଲି ତାଙ୍କ ପୁଅ କହିଛନ୍ତି। ଏହା ସତ୍ତ୍ୱେ ତାଙ୍କୁ କିଏ ଓ କାହିଁକି ହତ୍ୟା କଲା? ପୁଲିସ ବିଭିନ୍ନ ଦିଗରୁ ତଦନ୍ତ କରୁଛି। ଅନ୍ୟପକ୍ଷରେ ଗାଁ ଲୋକଙ୍କ ଅଭିଯୋଗ, ଡାହାଣୀ ସନ୍ଦେହରେ ଚମ୍ପାଙ୍କୁ ହତ୍ୟା କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!