Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁଇଟି ଗଞ୍ଜେଇ ବୋଝେଇ ଟ୍ରକ ଜବତ ସହ ୩ ଜଣକୁ ଗିରଫ

by ସଞ୍ଜୟ ସ୍ୱାଇଁ
June 22, 2022
in Crime, State
ଦୁଇଟି ଗଞ୍ଜେଇ ବୋଝେଇ ଟ୍ରକ ଜବତ ସହ ୩ ଜଣକୁ ଗିରଫ
64
VIEWS
Share on FacebookShare on Twitter

ଲମତାପୁଟ, (ବାଘୁଆବାର୍ତ୍ତା):ରାଜ୍ୟ ବାହାରକୁ ଚୋରା ଚାଲାଣ ବେଳେ ୭୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଦୁଇଟି ଗଞ୍ଜେଇ ବୋଝେଇ ଟ୍ରକ ସହ ୩ ଜଣକୁ ଗିରଫ କଲେ ନନ୍ଦପୁର ,ମାଛକୁଣ୍ଡ ଓ ଲମତାପୁଟ ପୋଲିସ। ସୂଚନାନୁଯାୟୀ, ନନ୍ଦପୁର SDPOଙ୍କ ନେତୃତ୍ଵରେ ନନ୍ଦପୁର ପୋଲିସ ଖିଲିବା ଛକ ନିକଟରେ ନାକାବନ୍ଦି କରିଥିଲା । ଏହି ସମୟରେ ପୋଲିସର ବ୍ୟାରିକେଡ୍ ଭାଙ୍ଗି ଏକ ଟ୍ରକ୍ ଦ୍ରୁତ ଗତିରେ ଚାଲିଯାଇଥିଲା । ପୋଲିସ ପିଛା କରି ନନ୍ଦପୁର ବ୍ଲକ କାର୍ଯ୍ୟାଳୟ ସମୁଖରେ ଟ୍ରକକୁ ଅଟକାଇବାରେ ସଫଳ ହୋଇଥିଲା । ଟ୍ରକକୁ ଯାଞ୍ଚ୍ କରିବାରୁ ସେଥିରେ ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଥିଲା। ଏହା ସହ ଦୁଇ ଆନ୍ତରାଜ୍ୟ ଗଞ୍ଜେଇ ମାଫିଆଙ୍କୁ ମଧ୍ୟ କାବୁ କରିଥିଲା ପୋଲିସ । ଟ୍ରକରୁ ୨୧ ଟି ବସ୍ତାରେ ପ୍ରାୟ ୫ କୁଇଣ୍ଟାଲ ଗଞ୍ଜେଇ ଥିବା ବେଳେ ଏହାର ମୂଲ୍ୟ ୫୦ ଲକ୍ଷ ହେବ ବୋଲି ପୋଲିସ କହିଛି ।ଏହି ଗଞ୍ଜେଇ ପାଡୁଆ ଅଞ୍ଚଳରୁ ରାଜସ୍ଥାନକୁ ଚୋରା ଚାଲାଣ ହେଉଥିଲା । ଗିରଫ ବ୍ୟକ୍ତି ଦୁଇ ଜଣ ଉତ୍ତପ୍ରଦେଶର ପ୍ରେପାଲ ସିଂ ଏବଂ ଦେବେନ୍ଦ୍ର ସିଂ ବୋଲି ଜଣାପଡିଛି । ସେହିଭଳି ମାଛକୁଣ୍ଡ ଏବଂ ଲମତାପୁଟ ପୋଲିସ ମିଳିତ ଭାବରେ ବାଙ୍ଗୁରପଡା ଛକ ନିକଟରେ ନାକାବନ୍ଦୀ କରିଥିଲେ । ଦ୍ରୁତ ଗତିରେ ଆସୁଥିବା ଟ୍ରକକୁ ଅଟକାଇବା ଦେଖି ଅନ୍ଧାରର ସୁଯୋଗ ନେଇ ଡ୍ରାଇଭର ଏବଂ ମାଫିଆ ଫେରାର ହୋଇଯାଇଥିବା ବେଳେ ସହଯୋଗୀକୁ କାବୁ କରିନେଇଥିଲା ପୋଲିସ। ଗାଡିକୁ ଯାଞ୍ଚ୍ କରିବାରୁ ୮ଟି ବସ୍ତାରେ ଅଢେଇ କୁଇଣ୍ଟାଲ ଗଞ୍ଜେଇ ରହିଥିଲା । ଏହାର ମୂଲ୍ୟ ପ୍ରାୟ ୨୫ଲକ୍ଷ ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି । ଗିରଫ ବ୍ୟକ୍ତି ଜଣକ ସୁର୍ମୀ ଗାଁର ଧନେସ ସୀସା ବୋଲି ଜଣାପଡ଼ିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!