Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ କେହି ନଥିବା ବେଳେ ଲୁଟିନେଲେ ଟଙ୍କା ଓ ସୁନାଗହଣା ସହ ମୂଲ୍ୟବାନ ଜିନିଷ

by ସଞ୍ଜୟ ସ୍ୱାଇଁ
June 22, 2022
in Crime, State
ଘରେ କେହି ନଥିବା ବେଳେ ଲୁଟିନେଲେ ଟଙ୍କା ଓ ସୁନାଗହଣା ସହ ମୂଲ୍ୟବାନ ଜିନିଷ
67
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଶ୍ୟାମ ବିହାରରେ ଚୋରୀ । ଏହି ଅଞ୍ଚଳର ପ୍ରକାଶ ଚୌଧୁରୀଙ୍କ ଘରେ କେହି ନଥିବା ସୁଯୋଗ ନେଇ ଘରର ତାଲା ଭାଙ୍ଗି ସୁନାଗହଣା, ଟଙ୍କା ସହ ମୂଲ୍ୟବାନ ଇଲେକ୍ଟ୍ରୋନିକ୍ ସାମଗ୍ରୀ ଲୁଟି ନେଇଥିବା ଅଭିଯୋଗ ହୋଇଛି । ପରିବାର ଲୋକଙ୍କ ଅଭିଯୋଗ ଅନୁସାରେ, ମଙ୍ଗଳବାର ରାତି ପ୍ରାୟ ୮ଟା ସମୟରେ ଘରୁ ଲୁଟ୍ ହୋଇଛି । ସେହି ସମୟରେ ପରିବାର ଲୋକେ ବ୍ୟବସାୟ ଉଦ୍ଦେଶ୍ୟରେ ବାହାରକୁ ଯାଇଥିଲେ । ରାତି ପ୍ରାୟ ୧୦ଟା ସମୟରେ ଘରକୁ ଫେରି ଦେଖିଥିଲେ ଘରର ତାଲା ଭଙ୍ଗାଯାଇଛି । ଘରେ ପଶି ଆଲମାରୀ ଭାଙ୍ଗି ୭୨ ହଜାର ଟଙ୍କା, ଏକ ତୋଳା ସୁନା ଓ ରୂପା ସାମଗ୍ରୀ ସହ ବହୁ ମୂଲ୍ୟବାନ ଇଲେକ୍ଟ୍ରୋନିକ୍ ସାମଗ୍ରୀ ଚୋରି ହୋଇଥିବା ଜାଣିବାକୁ ପାଇଥିଲେ । ତୁରନ୍ତ ପୋଲିସକୁ ଖବର ଦେବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ପ୍ରାଥମିକ ତଦନ୍ତରେ ଚୋରର କୌଣସି ସୁରାକ ମିଳିନଥିବା ବେଳେ ପୋଲିସ ପାଇଁ ଏହା ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!