କନ୍ଧମାଳ, (ବାଘୁଆବାର୍ତ୍ତା): କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲାରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନିକଟରୁ ୩ ଗ୍ରାମରୁ ଉର୍ଦ୍ଧ୍ବ ବ୍ରାଉନସୁଗାର ପୋଲିସ ଜବତ କରିଛି। ଏ ନେଇ ଫୁଲବାଣୀ ସଦର ଏସଡିପିଓ ମହେନ୍ଦ୍ର ନାଥ ମୁର୍ମୁ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି । ଅଭିଯୁକ୍ତ ଜଣଙ୍କ ଫୁଲବାଣୀ ଅଂଚଳର ସ୍ବର୍ଗତ ଭଗବାନ ମହାପାତ୍ର ଙ୍କ ପୁଅ ସପନ ମହାପାତ୍ର । ସପନ ଖୋରଧା ଅଂଚଳରୁ ବ୍ରାଉନସୁଗାର ଆଣିଥିବା ପୋଲିସ ଆଗରେ କହିଛି । ଜିଲାରେ ବ୍ରାଉନ ସୁଗାର ମାମଲା ପ୍ରଥମ ବୋଲି କୁହାଯାଉଛି । ପୋଲିସ ମାମଲା ରୁଜୁ କରି ଘଟଣା ର ଅଧିକ ତଦନ୍ତ କରୁଛି ।





