ନବରଙ୍ଗପୁର, (ବାଘୁଆବାର୍ତ୍ତା): ସ୍କୁଲରୁ କମ୍ପ୍ୟୁଟର ସାମଗ୍ରୀ ଚୋରି କଲେ। ଚୋରି କରି ସାରିବା ପରେ ବ୍ଲାକବୋର୍ଡରେ ଲେଖିଲେ ଇଟ୍ସ ମି ଧୁମ-୪, କମିଙ୍ଗ୍ ଶୁନ୍ କ୍ଷ ସ୍କୁଲ ପିଲା ଧରିପାରିଲେ ଧର । ଯାହା ଏବେ ଚର୍ଚ୍ଚା ପାଲଟିଛି। ଏଭଳି ଏକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକର ଇନ୍ଦ୍ରାବତୀ ସ୍ଥିତ ଖାତିଗୁଡ଼ା ପ୍ରକଳ୍ପ ଉଚ୍ଚ ବିଦ୍ୟାଳୟରେ। ଶୁକ୍ରବାର ରଥଯାତ୍ରା ପାଇଁ ସ୍କୁଲ ଛୁଟି ଥିଲା। ଶନିବାର ସ୍କୁଲ ଫାଟକ ଖୋଲିବା ବେଳେ ବିଦ୍ୟାଳୟର ମୁଖ୍ୟ ଫାଟକର ଚାବି ଭାଙ୍ଗି ହୋଇଥିବା ପ୍ରଧାନଶିକ୍ଷକଙ୍କ କକ୍ଷରେ ଥିବା ୨ଟି ତାଲା ଭାଙ୍ଗି କମ୍ପ୍ୟୁଟର, ପ୍ରିଣ୍ଟର୍ କମ୍ ଜେରକ୍ସ ମେସିନ୍, ସାଉଣ୍ଡ ବକ୍ସ ସହ ବିଭିନ୍ନ ସାମଗ୍ରୀ ଚୋରି କରିଥିଲେ। ଚୋରି ହୋଇଥିବା ଏହି କମ୍ପ୍ୟୁଟରରେ ସ୍କୁଲର ବିଭିନ୍ନ ତଥ୍ୟ, ପରୀକ୍ଷା ସମ୍ବନ୍ଧୀୟ ତଥ୍ୟ ସହ ସ୍କୁଲ ଛାତ୍ରଛାତ୍ରୀଙ୍କ ବିଭିନ୍ନ ତଥ୍ୟ ରହିଥିଲା । ତେବେ ଚୋରି କରି ଚମ୍ପଟ ମାରିବା ପୂର୍ବରୁ ଦୁର୍ବୃତ୍ତ ପୁଲିସ ତଥା ସ୍କୁଲ କର୍ତ୍ତୃପକ୍ଷଙ୍କୁ ଚ୍ୟାଲେଞ୍ଜ ଦେବା ପାଇଁ ବ୍ଳାକ୍ ବୋର୍ଡରେ ଇଟ୍ସ ମି ଧୁମ-୪ ଲେଖିଥିଲେ। ଏପରିକି ଦୁର୍ବୃତ୍ତମାନେ କମିଙ୍ଗ୍ ଶୁନ୍, ସ୍କୁଲ ପିଲା ଧରିପାରିଲେ ଧର ଏବଂ ଆମେ ପୁଣି ଆସିବୁ ବୋଲି ଲେଖି ଚାଲି ଯାଇଥିଲେ । ଏଥିସହ ବ୍ଲାକ ବୋର୍ଡରେ କିଛି ମୋବାଇଲ ନମ୍ୱର୍ ଲେଖିଛନ୍ତି । ଯେଉଁଥିରେ ସ୍କୁଲ ଶିକ୍ଷକଙ୍କ ନମ୍ୱର୍ ମଧ୍ୟ ରହିଛି । ରଥଯାତ୍ରା ପାଇଁ ସ୍କୁଲ ଛୁଟି ଥିବାରୁ ଶନିବାର ସକାଳେ ବିଦ୍ୟାଳୟ କର୍ତ୍ତୃପକ୍ଷ ବିଦ୍ୟାଳୟରେ ପହଞ୍ଚିବା ପରେ ବିଭିନ୍ନ ସାମଗ୍ରୀ ଚୋରି ହୋଇଥିବା ଜାଣିବାକୁ ପାଇବା ସହ ଚୋରମାନେ ବ୍ଲାକ୍ ବୋର୍ଡରେ ଲେଖିଥିବା ଲେଖାକୁ ଦେଖି ଆଶ୍ଚର୍ୟ୍ୟ ହୋଇଯାଇଥିଲେ। ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ଖାତିଗୁଡ଼ା ଥାନାରେ ଅଭିଯୋଗ କରିବା ପରେ ପୁଲିସ ପହଞ୍ଚି ତଦନ୍ତ କରୁଛି କ୍ଷ ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ଓ ପୋଲିସ ସନ୍ଧାନୀ କୁକୁରର ସାହାଯ୍ୟ ନେଇ ତଦନ୍ତ ଜାରିରଖିଛି ।





