Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମମିତା ମେହେର ହତ୍ୟା ମାମଲାରେ କେବଳ ଗୋବିନ୍ଦ ଓ ରାଧେଙ୍କ ସଂପୃକ୍ତି ବୋଲି କହିଲେ ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
July 4, 2022
in Crime, State
ମମିତା ମେହେର ହତ୍ୟା ମାମଲାରେ କେବଳ ଗୋବିନ୍ଦ ଓ ରାଧେଙ୍କ ସଂପୃକ୍ତି ବୋଲି କହିଲେ ମନ୍ତ୍ରୀ
105
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଲାଙ୍ଗିରର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାରେ କେବଳ ଗୋବିନ୍ଦ ଓ ରାଧେଙ୍କ ସଂପୃକ୍ତି ରହିଛି। ଆଜି ବିଧାନସଭାରେ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଏଭଳି ଉତ୍ତର ରଖିଛନ୍ତି। ମନ୍ତ୍ରୀ କହିଥିଲେ, ବିଧିବଦ୍ଧ ଭାବେ ତଦନ୍ତ ପ୍ରକ୍ରିୟା ହେଉଛି। ପର୍ୟ୍ୟାପ୍ତ ତଥ୍ୟ ପ୍ରମାଣ ମିଳିସାରିଛି। ଏହାକୁ ଭିତ୍ତିକରି ତଦନ୍ତ ଆଗେଇଛି। କେବଳ ମାମଲାରେ ଗୋବିନ୍ଦ ଓ ରାଧେଶ୍ୟାମର ସଂପୃକ୍ତି ଥିଲା। ଘଟଣାରେ ଅନ୍ୟ କୌଣସି ବ୍ୟକ୍ତିଙ୍କ ସଂପୃକ୍ତ ନଥିବା ତଦନ୍ତରୁ ଜଣାପଡ଼ିଛି। ତଦନ୍ତ ପରେ ଏମାନଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛିା ଉଭୟ ଏବେ ବିଚାରାଧୀନ ବନ୍ଦୀ ଭାବେ କଣ୍ଟାବାଂଜି ଜେଲରେ ଅଛନ୍ତି ବୋଲି ମନ୍ତ୍ରୀ ଗୃହରେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ, ମମିତା ମେହର ହତ୍ୟା ମାମଲାରେ ତତ୍କାଳୀନ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ମନ୍ତ୍ରୀ ପ୍ରତାପ ଜେନାଙ୍କ ସଂପୃକ୍ତି ଅଭିଯୋଗ କରିଥିଲେ ବିରୋଧୀ। ଏହାକୁ ନେଇ ସାରା ରାଜ୍ୟରେ ସେତେବେଳେ ତୁମ୍ବିତୋଫାନ ହୋଇଥିଲା। ତେଣୁ ଏହି ତଥ୍ୟ ବିଧାନସଭାରେ ଉପସ୍ଥାପିତ ହେବା ପରେ ବିରୋଧୀଙ୍କ ପଦକ୍ଷେପ ଉପରେ ସମସ୍ତଙ୍କ ନଜର ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!