Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶ୍ୱାସରୁଦ୍ଧ ଯୋଗୁଁ ରୁଚିକାଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ

by ସଞ୍ଜୟ ସ୍ୱାଇଁ
July 5, 2022
in Crime, State
ଶ୍ୱାସରୁଦ୍ଧ ଯୋଗୁଁ ରୁଚିକାଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ
37
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବିଜେବି ଛାତ୍ରୀ ରୁଚିକା ମହାନ୍ତିଙ୍କ ମୃତ୍ୟକୁ ୪ ଦିନ ପୂରିଥିବା ବେଳେ ଆଜି ଆସିଛି ତାଙ୍କ ବ୍ୟବଚ୍ଛେଦ ରିପୋର୍ଟ। ଶ୍ୱାସରୁଦ୍ଧ ଯୋଗୁଁ ରୁଚିକାଙ୍କ ମୃତ୍ୟୁ ହୋଇଥିବା ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ ଅଛି। ବେକରେ ଫାଶି ଦେବାରୁ ଶ୍ୱାସରୁଦ୍ଧ ହୋଇଥିବା ରିପୋର୍ଟରେ ଉଲ୍ଲେଖ ଅଛି । ଆଜି ବ୍ୟବଚ୍ଛେଦ ରିପୋର୍ଟ ଆସିଥିବା ବେଳେ ଏନେଇ କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ମିଳିଛି। ଏଥିସହ ଅଧିକ ପରୀକ୍ଷା ପାଇଁ ଭିସେରା ନମୁନା ଲ୍ୟାବ ପଠାଯାଇଛି ବୋଲି ପୁଲିସ୍‌ ଅଧିକାରୀ କହିଛନ୍ତି। ତେବେ ବ୍ୟବଚ୍ଛେଦ ରିପୋର୍ଟକୁ ଗ୍ରହଣ କରିବାକୁ ପ୍ରସ୍ତୁତ ନୁହନ୍ତି ପରିବାର ଲୋକେ। ଶ୍ୱାସରୁଦ୍ଧ ଯୋଗୁ ଝିଅର ମୃତ୍ୟ ହୋଇଥିବା ଘଟଣାକୁ ପରିବାର ଲୋକେ ଅସ୍ୱୀକାର କରିଛନ୍ତି। ଝିଅକୁ ମାରି ଦିଆଯାଇଥିବା କହିଛନ୍ତି ରୁଚିକାଙ୍କ ବାପା । କଟକ ଜିଲ୍ଲା ଚୌଦ୍ୱାର ଅଞ୍ଚଳର କଖଡ଼ି ଗାଁର ରୁଚିକା ମହାନ୍ତି ବିଜେବି ମହାବିଦ୍ୟାଳୟର ଯୁକ୍ତ ୩ କଳାର ପ୍ରଥମ ବର୍ଷ ଛାତ୍ରୀ ଥିଲେ। ସେ ଇତିହାସ ଅନର୍ସ ନେଇ ପଢ଼ୁଥିବା ବେଳେ କାରୁବାକୀ ଛାତ୍ରୀ ନିବାସର ତୃତୀୟ ମହଲାର ରୁମ୍‌ ନମ୍ୱର ନଂ ୨୦୧ରେ ରହୁଥିଲେ। ଗତ ୨ ତାରିଖ ପୂର୍ବାହ୍ନରେ ରଶି ଲଗାଇ ସେ ଆତ୍ମହତ୍ୟା କରିଥିଲେ। ୩ ସିନିୟରଙ୍କ ରାଗିଂ ଯୋଗୁ ଆତ୍ମହତ୍ୟା କରିଥିବା ସୁଇସାଇଡ୍‌ ନୋଟ୍‌ରେ ଲେଖିଥିଲେ ରୁଚିକା। ତେବେ କମିଶନରେଟ୍‌ ପୁଲିସ ରୁଚିକାଙ୍କୁ ରାଗିଂ କରିଥିବା ୩ ସିନିୟର ଛାତ୍ରୀଙ୍କ ପରିଚୟ ଆଜି ସୁଦ୍ଧା ଜାଣିପାରି ନାହିଁ। ଯାହାକୁ ନେଇ ରୁଚିକାଙ୍କ ପରିବାର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଘଟଣାର ସିବିଆଇ ତଦନ୍ତ କରିବାକୁ ଦାବି କରିଛନ୍ତି ରୁଚିକାଙ୍କ ବାପା। ଝିଅକୁ ନ୍ୟାୟ ଦେବାକୁ ସେମାନେ ଲଗାଣ ବର୍ଷାରେ ବି ରାସ୍ତା ଉପରେ ଧାରଣାରେ ବସିଛନ୍ତି। ସେମାନଙ୍କ ସହ ବହୁ ଛାତ୍ର ସଙ୍ଗଠନ ସାମିଲ ହୋଇଛନ୍ତି। ହେଲେ ଏଯାଏ କୌଣସି ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳକୁ ଆସି ପରିବାର ଲୋକଙ୍କୁ ସାନ୍ତ୍ୱନା ଦେଇ ନାହାନ୍ତି। ରାଗିଂ ଯୋଗୁ ରୁଚିକା ଆତ୍ମହତ୍ୟା କରିଛନ୍ତି ବୋଲି ସିଧାସଳଖ ସ୍ୱୀକାର କରିବାକୁ ରାଜ୍ୟ ସରକାର କୁଣ୍ଠାବୋଧ କରିଛନ୍ତି। ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଗତକାଲି ଗୃହରେ ଦେଇଥିବା ବୟାନରୁ ଏହା ସ୍ପଷ୍ଟ ହୋଇଛି । ଯାହାକୁ ନେଇ ସରକାରଙ୍କୁ ଘେରିଛନ୍ତି ବିରୋଧୀ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!