Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କବଜାରେ ଦୁଇ ଜାଲ ନୋଟ୍‌ ରାକେଟ୍‌

by ସଞ୍ଜୟ ସ୍ୱାଇଁ
July 7, 2022
in Crime, State
କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କବଜାରେ ଦୁଇ ଜାଲ ନୋଟ୍‌ ରାକେଟ୍‌
54
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ କବଜାରେ ବଡ଼ ଧରଣର ଜାଲ ନୋଟ୍‌ ରାକେଟ୍‌। ୧୪ ଲକ୍ଷ ୨୯ ହଜାର ୫୦୦ ଟଙ୍କର ଜାଲ୍‌ ନୋଟ୍‌ ଜବତ କରିଛି ଏସ୍‌ଟିଏଫ୍‌। ଏହି ମାମଲାରେ ଦୁଇ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ପଟ୍ଟୁ ଯାଦବ ଓ ବଳରାମ ମେହେର। ବରଗଡ଼ ଜିଲ୍ଲା ବରପାଲିରେ ଜାଲ ନୋଟ୍‌ କାରବାର ହେଉଥିବା ନେଇ ଏସ୍‌ଟିଏଫ୍‌ ପାଖରେ ଅଭିଯୋଗ ହୋଇଥିଲା। ହେଲେ ପ୍ରମାଣ ଅଭାବରୁ କୌଣସି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିପାରୁନଥିଲା। ପରେ ବରଗଡ଼ ଜିଲ୍ଲା ପୁଲିସ୍‌ ସହାୟତାରେ ଏସ୍‌ଟିଏଫ୍‌ ବରପାଲିରେ ଚଢ଼ଉ କରି ଜାଲ୍‌ ନୋଟ ଓ ଜାଲ ନୋଟ୍‌ ସମ୍ବନ୍ଧୀୟ ଯନ୍ତ୍ରାଂଶ ଜବତ କରିଥିଲା। ଏହି ମାମଲାରେ ପଟ୍ଟୁ ଓ ବଳରାମକୁ ଗିରଫ କରିଥିଲା। ପଟ୍ଟୁର ଘର ଉତ୍ତରପ୍ରଦେଶରେ ହୋଇଥିବା ବେଳେ ସମ୍ବଲପୁରରେ ରହୁଥିଲା। ସେହିପରି ବଳରାମ ମେହେରର ଘର ବରଗଡ଼ ଜିଲ୍ଲାରେ ହୋଇଥିବା ଜଣାପଡ଼ିଛି। ଓଡ଼ିଶାରୁ ଉତ୍ତର ପ୍ରଦେଶ ପର୍ୟ୍ୟନ୍ତ ଏହି ଜାଲ ନୋଟ୍‌ ରାକେଟ୍‌ ଲମ୍ବିଥିବା ସନ୍ଦେହ କରାଯାଉଛି। ଏହି ରାକେଟ୍‌ରେ ଆଉ କେଉଁମାନେ ସମ୍ପୃକ୍ତ ଅଛନ୍ତି ଓ କେତେଦିନ ଧରି ଚାଲିଥିଲା, ତାହା ଉପରେ ଏସ୍‌ଟିଏଫ୍‌ ଓ ବରଗଡ଼ ପୁଲିସ ତଦନ୍ତ ଚଳାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!