Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମର୍ଣ୍ଣିଂ ୱାକ୍‌ କରୁଥିବା ମହିଳାଙ୍କ ଉପରକୁ ଏସିଡ ମାଡ଼

by ସଞ୍ଜୟ ସ୍ୱାଇଁ
July 13, 2022
in Crime, State
ମର୍ଣ୍ଣିଂ ୱାକ୍‌ କରୁଥିବା ମହିଳାଙ୍କ ଉପରକୁ ଏସିଡ ମାଡ଼
59
VIEWS
Share on FacebookShare on Twitter

ଆଠଗଡ, (ବାଘୁଆବାର୍ତ୍ତା): ମର୍ଣ୍ଣିଂ ୱାକ୍‌ କରୁଥିବା ମହିଳାଙ୍କ ଉପରକୁ ହୋଇଛି ଏସିଡ ମାଡ଼ । ଏସିଡ ମାଡ଼ ଯୋଗୁ ମହିଳାଙ୍କ ଶରୀରର ୫୦% ପୋଡ଼ି ଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଏପରି ଅଭାବନୀୟ କାଣ୍ଡ ଆଜି ଭୋରରୁ କଟକ ଜିଲ୍ଲା ତିଗିରିଆ ଥାନା ନୂଆପାଟଣାରେ ଘଟିଛି। ଗୁରୁତର ମହିଳାଜଣକ ହେଲେ ୩୬ ବର୍ଷୀୟା ରୀନା ସାହୁ । ଏସିଡ ଆକ୍ରମଣ କରିଥିବା ଦୁର୍ବୃତ୍ତ ତାଙ୍କ ଘରେ ଲୁଟପାଟ କରିଥିବା ଅଭିଯୋଗ ଆଣିଛନ୍ତି ରୀନା । ରୀନା ନୂଆପାଟଣାରେ ଏକା ରହୁଥିବା ବେଳେ ତାଙ୍କ ପରିବାର ସଦସ୍ୟ ଅନ୍ୟତ୍ର ରହୁଥିଲେ। ସବୁଦିନ ପରି ଆଜି ଭୋର ପ୍ରାୟ ୪ଟାରେ ରିନା ମର୍ଣ୍ଣିଂ ୱାକ୍‌ କରିବାକୁ ଘରୁ ବାହାରିଥିଲେ। ମାତ୍ର କିଛି ବାଟ ଯିବା ପରେ ହଠାତ୍‌ କେହି ଦୁର୍ବୃତ୍ତ ଆସି ତାଙ୍କ ଉପରକୁ ଏସିଡ ମାଡ଼ କରିଥିଲେ। ଏହାପରେ ଦୁର୍ବୃତ୍ତ ସେଠାରୁ ଫେରାର ହୋଇଯାଇଥିବା ବେଳେ ରିନାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ରୁଣ୍ଡ ହୋଇଯାଇଥିଲେ। ତାଙ୍କୁ ପ୍ରଥମେ ତିଗିରିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଏନେଇ ରୀନା କହିଛନ୍ତି, ମୁଁ ବଞ୍ଚିବି କି ନାହିଁ ଜାଣିନି। ମୋ ସ୍ୱାମୀ ଓ ଝିଅ ଜୀବନକୁ ପୁଲିସ୍‌ ସୁରକ୍ଷିତ ରଖୁ । ତେବେ ଆକ୍ରମଣ କିଏ ଓ କାହିଁକି କଲା ସେ ନେଇ ସେ କିଛି କହୁ ନାହାନ୍ତି। ଏହା ପଛରେ ପୂର୍ବ ଶତ୍ରୁତା ଅଛି ନା ଅନ୍ୟ କିଛି କାରଣରୁ ଏପରି କାଣ୍ଡ ଘଟିଛି ତାହାର ତଦନ୍ତ ଆରମ୍ଭ କରିଛି ପୁଲିସ୍‌।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!