Sunday, November 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଖୋଜ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
July 14, 2022
in Crime, State
ନିଖୋଜ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର
61
VIEWS
Share on FacebookShare on Twitter

ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): କିଆବୁଦା ମୂଳେ ପଡିଛି ନିଖୋଜ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ। ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ପାଟପୁର ପଞ୍ଚାୟତ ସୁନାରୀ ଗାଁରେ ଘଟିଛି ଏଭଳି ଘଟଣା । ମୃତ ମହିଳା ହେଲେ ସୁରେନ୍ଦ୍ର ଦାଶଙ୍କ ପତ୍ନୀ ଗୀତାଞ୍ଜଳି ଦାଶ । ସେ ବୁଧବାର ରାତିରୁ ନିଖୋଜ ଥିବାବେଳେ ବୁଧବାର ଧର୍ମଶାଳା ଥାନାରେ ତାଙ୍କ ଭାଇ ସୌମ୍ୟରଞ୍ଜନ ପାଣିଗ୍ରାହୀ ଭଉଣୀ ନିଖୋଜ ହେବା ନେଇ ଅଭିଯୋଗ କରିଥିଲେ । ସୂଚନାଯୋଗ୍ୟ ଯେ, ସୁନାରୀ ଗ୍ରାମର ଉପେନ୍ଦ୍ର ପାଣିଗ୍ରାହୀଙ୍କ ଝିଅ ଗୀତାଞ୍ଜଳି ୧୬ବର୍ଷ ତଳେ ବାରବାଟୀ ବାଙ୍କସାହି ଗ୍ରାମର ସୁରେନ୍ଦ୍ର ଦାଶଙ୍କୁ ବିବାହ କରିଥିଲେ। ତେବେ ଗତ ୫/୬ବର୍ଷ ହେବ ଗୀତାଞ୍ଜଳି ପାରିବାରିକ କଳହ ଯୋଗୁଁ ଏକମାତ୍ର ଝିଅକୁ ଧରି ବାପଘରେ ଆସି ରହୁଥିଲେ । ଗୀତାଞ୍ଜଳି ବାପଘରେ ରହିବା ପରେ ମାନସିକ ଦୁଶ୍ଚିନ୍ତାରେ ରହୁଥିଲେ । ତେବେ ମଙ୍ଗଳବାର ହଠାତ ଘରୁ କୁଆଡେ ଚାଲିଯାଇଥିଲେ । ତେବେ ଗୁରୁବାର ସକାଳୁ ଘରଠାରୁ କିଛି ଦୂରରେ ଥିବା କିଆବୁଦା ମୂଳେ ଦରପୋଡ଼ା ଅବସ୍ଥାରେ ଏକ ମୃତଦେହ ପଡିଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ । ପରେ ଏହା ଗୀତାଞ୍ଜଳିଙ୍କର ବୋଲି ଜଣାପଡିଥିଲା । ନିକଟରେ ପ୍ଲାଷ୍ଟିକ ଜାର ପଡିଥିବା ବେଳେ ନିଜ ଦେହରେ କିରାସିନି ଢାଳି ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ଧର୍ମଶାଳା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!