Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଳିତ ଦନ୍ତା ହାତୀର ଦାନ୍ତ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
July 15, 2022
in Crime, State
ଗଳିତ ଦନ୍ତା ହାତୀର ଦାନ୍ତ ଜବତ, ୩ ଗିରଫ
104
VIEWS
Share on FacebookShare on Twitter

ଭଞ୍ଜନଗର, (ବାଘୁଆବାର୍ତ୍ତା): ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ଅଧୀନ କାନବିନ୍ଧା ସଂରକ୍ଷିତ ଜଙ୍ଗଲ ଭିତରେ ଠାବ ହୋଇଥିବା ଗଳିତ ଦନ୍ତା ହାତୀର ଦାନ୍ତକୁ ଜବତ କରିଛି ବନ ବିଭାଗ । ଏଥିସହ ହାତୀକୁ ହତ୍ୟା କରି ତାଠାରୁ ଦାନ୍ତ କାଟି ନେବା ଭଳି ଜଘନ୍ୟ ମାମଲାରେ ବନ ବିଭାଗ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏ ନେଇ ଉତ୍ତର ଘୁମୁସର ବନଖଣ୍ଡ ଡିଏଫ୍‌ଓ ସୁଦର୍ଶନ ବେହେରା ସୂଚନା ଦେଇଛନ୍ତି । ଅଭିଯୁକ୍ତମାନେ ଉକ୍ତ ଜଙ୍ଗଲ ନିକଟରେ ଥିବା ଦଦରଲୁଣ୍ଡା ପଞ୍ଚାୟତର ବେଲାଟୁନ୍‌ ରୁନା ଦିଗାଲ, ଦୀପକ ଦିଗାଲ ଏବଂ ଯୁବରାଜ ଦିଗାଲ ‌ବୋଲି ସେ ସୂଚନା ଦେଇଛନ୍ତି । ଏଥିରେ ଆହୁରି କିଛି ବ୍ୟକ୍ତିଙ୍କ ସଂପୃକ୍ତି ଥିବା ତଦନ୍ତରୁ ଜଣାପଡିଛି । କେସ୍‌ ନମ୍ବର ୧୫୦(ଏମ୍‌)ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରହିଥିବା ବେଳେ ଆଗାମୀ ଦିନରେ ସେମାନଙ୍କୁ ମଧ୍ୟ ଗିରଫ କରିବା ନେଇ ଚଢଉ ଜାରି ରହିବ ବୋଲି ସେ କହିଛନ୍ତି । ଅଭିଯୁକ୍ତମାନେ ଏକ କୁରାଢି ସାହାଯ୍ୟରେ ଦାନ୍ତଟିକୁ କାଟି ହାତୀଟି ମାରିଥିବା ସ୍ଥାନଠାରୁ କିଛି ଦୂରରେ ଜଙ୍ଗଲ ମଧ୍ୟରେ ହିଁ ଦାନ୍ତଟିକୁ ମାଟି ତଳେ ପୋତି ରଖିଥିଲେ। ଅଭିଯୁକ୍ତମାନଙ୍କୁ ଗିରଫ କରିବା ପରେ ସେମାନେ ଉକ୍ତ ସ୍ଥାନ ଦେଖାଇବା ପରେ ବିଭାଗୀୟ କର୍ମଚାରୀମାନେ ମାଟି ତଳୁ କଟା ଦାନ୍ତ ଉଦ୍ଧା‌ର କରିଥିବା ଶ୍ରୀ ବେହେରା ପ୍ରକାଶ କରିଛନ୍ତି। ଏଥିସହ ସେମାନଙ୍କ ନିକଟରୁ ଦାନ୍ତ କାଟିବାରେ ବ୍ୟବହୃତ କୁରାଢିକୁ ଜବତ କରାଯାଇଛି। ଏହି ଅଞ୍ଚଳରେ ସଦାସର୍ବଦା ହାତୀଙ୍କ ଚଳପ୍ରଚଳ ରହୁଥିବାରୁ ଆଗକୁ ହାତୀଙ୍କ ସୁରକ୍ଷା ପାଇଁ କଡାକଡି କରାଯିବ ବୋଲି ଡିଏଫଓ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!