Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡ୍ରାଇଭର ଅଜୟ ଜେଠୀଙ୍କୁ ଜାମିନ, ସ୍ନିଗ୍ଧାରାଣୀଙ୍କ ନାଁରେ ମାମଲା

by ସଞ୍ଜୟ ସ୍ୱାଇଁ
July 16, 2022
in Crime, State
ଡ୍ରାଇଭର ଅଜୟ ଜେଠୀଙ୍କୁ ଜାମିନ, ସ୍ନିଗ୍ଧାରାଣୀଙ୍କ ନାଁରେ ମାମଲା
226
VIEWS
Share on FacebookShare on Twitter

ବଲାଙ୍ଗିର, (ବାଘୁଆବାର୍ତ୍ତା): କାର୍‌ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ଘଟଣା ପରଠୁ ବିବାଦରେ ଥିବା ପୁଲିସ୍‌ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କ ନାଁରେ ମାମଲା ରୁଜୁ କରିଛି ସୋନପୁର ପୁଲିସ। ଅଭିଯୁକ୍ତକୁ ଅପରାଧରେ ସହଯୋଗ କରିବା ଅଭିଯୋଗରେ ତାଙ୍କ ନାଁରେ ମାମଲା ରୁଜୁ କରାଯାଇଛି। ସୋନପୁର ଏସ୍‌ପି ଅମରେଶ ପଣ୍ଡା ଏହି ସୂଚନା ଦେଇଛନ୍ତି। ଏହାସହ ସ୍ନିଗ୍ଧାରାଣୀ ସୁନାଙ୍କୁ ନୋଟିସ ଜାରି କରାଯାଇଛି। ଅନ୍ୟପକ୍ଷରେ ପୁଲିସ୍‌ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନାଙ୍କ କାର ଚଳାଉଥିବା ଡ୍ରାଇଭର ଅଜୟ ଜେଠୀଙ୍କୁ ଜାମିନ ମିଳିଛି। ଅଜୟଙ୍କୁ ତରଭା ଜେଏମ୍‌ଏଫ୍‌ସିରୁ ଜାମିନ ମିଳିଥିବା ତାଙ୍କ ଓକିଲ ଆଦି ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଜୁଲାଇ ୧୨ ତାରିଖରେ ଅଜୟ ଜେଠୀଙ୍କୁ ଗିରଫ କରାଯାଇଥିଲା। ଅଜୟଙ୍କ ଡ୍ରାଇଭିଂ ଲାଇସେନ୍ସ ନ ଥିବାରୁ ତାଙ୍କ ନାଁରେ ଏମ୍‌ଭିଆଇ ଆକ୍ଟରେ ମାମଲା ରୁଜୁ କରାଯାଇଥିଲା। ସୂଚନାଯୋଗ୍ୟ, ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ଡ୍ୟୁଟି ସାରି ଗତ ମଙ୍ଗଳବାର ସ୍ନିଗ୍ଧାରାଣୀ ସୁନା ଓ ତାଙ୍କ ଡ୍ରାଇଭର ଅଜୟ ଜେଠୀ କାର ଯୋଗେ ପୁରୀରୁ ସୁନ୍ଦରଗଡ଼ ଫେରୁଥିଲେ। ସୋନପୁର-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥର ବଡ଼ବାହାଲି ଛକରେ ଛିଡ଼ା ହୋଇଥିବା ପରିବା ଏକ ବୋଝେଇ ଅଟୋ ଓ ବାଇକ୍‌କୁ ସେମାନଙ୍କ କାର୍ ଧକ୍କା ଦେଇଥିଲା। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣା ଘଟାଇବା ପରେ ଇନ୍ସପେକ୍ଟର ସ୍ନିଗ୍ଧାରାଣୀ ସୁନା ଓ ତାଙ୍କ କାର୍‌ ଡ୍ରାଇଭର ଲୋକଙ୍କ ଆକ୍ରୋଶରୁ ବର୍ତ୍ତିବା ପାଇଁ ଗାଡ଼ି ଛାଡ଼ି ଫେରାର ହୋଇଯାଇଥିଲେ। ପରେ ସେମାନେ ଧରାପଡ଼ିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!