Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦସ୍ତଖତ ପାଇଁ ୧୧ ହଜାର ଟଙ୍କା ନେଉଥିବା ଡାକ୍ତର ଗିରଫ

by ସଞ୍ଜୟ ସ୍ୱାଇଁ
July 20, 2022
in Crime, State
ଦସ୍ତଖତ ପାଇଁ ୧୧ ହଜାର ଟଙ୍କା ନେଉଥିବା ଡାକ୍ତର ଗିରଫ
111
VIEWS
Share on FacebookShare on Twitter

ଢେଙ୍କାନାଳ, (ବାଘୁଆବାର୍ତ୍ତା): ଡାକ୍ତର ବାବୁ ଦେଉଥିଲେ ଦାମିକିଆ ଦସ୍ତଖତ । ଗୋଟିଏ ମୃତ୍ୟୁ ପ୍ରମାଣପତ୍ର ଫର୍ମରେ ଦସ୍ତଖତ ପାଇଁ ନେଉଥିଲେ ୧୧ ହଜାର ଟଙ୍କା। ଗତକାଲି ଏପରି ଜଣେ ଡାକ୍ତରଙ୍କୁ ଧରି ତାଙ୍କଠାରୁ ୧୧ ହଜାର ଟଙ୍କା ଭିଜିଲାନ୍ସ ଜବତ କରିଥିବା ବେଳେ ଆଜି ତାଙ୍କୁ ଗିରଫ କରାଯାଇଛି। ଏହି ଲାଞ୍ଚୁଆ ଡାକ୍ତର ଜଣକ ହେଲେ ଢେଙ୍କାନାଳ ହସ୍ପିଟାଲର ମେଡିସିନ ସ୍ପେଶାଲିଷ୍ଟ ଉମାକାନ୍ତ ଖେଜୁରିଆ। ସୂଚନା ମୁତାବକ, ଢେଙ୍କାନାଳ ସଦର ବ୍ଲକ ଚାଉଳିଆ ଗାଁର ନନ୍ଦିନୀ ନାୟକ ଏକ LIC ବୀମା ପଲିସି କରିଥିଲେ। ନନ୍ଦିନୀଙ୍କ ମୃତ୍ୟୁ ପରେ ତାଙ୍କ ୮ ବର୍ଷର ଝିଅ ବୀମା ଟଙ୍କା ପାଇଁ ଡେଥ କ୍ଲେମ କରିଥିଲେ। ଏଥିପାଇଁ ଡାକ୍ତର କ୍ଲେମ କେସ ଫର୍ମରେ ଏକ କାଉଣ୍ଟର ଦସ୍ତଖତ କରିବା ଆବଶ୍ୟକ ପଡ଼ିଥିଲା। ଏଲଆଇସି ଏଜେଣ୍ଟ ବୈକୁଣ୍ଠ ଚରଣ ସାହୁ ଏ ନେଇ ଡାକ୍ତର ଉମାକାନ୍ତ ଖେଜୁରିଆଙ୍କ ସହଯୋଗ ଲୋଡ଼ିଥିଲେ। ହେଲେ ଏହି ଦସ୍ତଖତ ପାଇଁ ଡାକ୍ତର ୧୧ହଜାର ଟଙ୍କା ଲାଞ୍ଚ ମାଗିଥିଲେ।ଏ ସମ୍ପର୍କରେ ବୈକୁଣ୍ଠ ଭିଜିଲାନ୍ସକୁ ଜଣାଇଥିଲେ। ପରେ ଏହି ଲାଞ୍ଚୁଆ ଡାକ୍ତରଙ୍କୁ ଧରିବାକୁ ଜାଲ ବିଛା ଯାଇଥିଲା। ଗତକାଲି ଡାକ୍ତରଜଣକ ଲାଞ୍ଚ ଟଙ୍କା ନେବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରି ଟଙ୍କା ଜବତ କରିଥିଲା। ଏହାପରେ ଆଜି ତାଙ୍କୁ ଗିରଫ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!