ବାଲିଗୁଡ଼ା, (ବାଘୁଆବାର୍ତ୍ତା): ବୋଲେରୋରୁ ବିପୁଳ ପରିମାଣରେ ଗଞ୍ଜେଇ ଜବତ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରୁ ଏହି ଗଞ୍ଜେଇ ସବୁ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏହାସହ ୨ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ସୂଚନା ଅନୁଯାୟୀ, ବାଲିଗୁଡା ଥାନା ଅଞ୍ଚଳରେ ପୋଲିସ ଟିମ୍ ପାଟ୍ରୋଲିଂ କରୁଥିବା ବେଳେ ଏକ ବୋଲେରୋରୁ ୧୦୪ କିଲୋ ଗଞ୍ଜେଇ ଜବତ ହୋଇଛି। ଏହି ଗଞ୍ଜେଇ ସବୁ ବାହାର ଜିଲ୍ଲାକୁ ଚାଲାଣ ହେଉଥିବା ଖବର ମିଳିଛି । ସବଇନିସପେକ୍ଟର ଆଶୁତୋଷ ପାଇକରାୟ ଚଢାଉ କରି ବୋଲେରୋ ସହ ଗଞ୍ଜେଇ ଜବତ କରିଛନ୍ତି । ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ। ଏନେଇ ବାଲିଗୁଡା ଥାନାରେ ଏନଡ଼ିପିଏସ ଆକ୍ଟରେ ମାମଲା ରୁଜୁ ହୋଇଛି । ୨ ଗଞ୍ଜେଇ ଚାଲାଣକାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ ।





