Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 21, 2022
in Crime, State
ପୋଲିସ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ
91
VIEWS
Share on FacebookShare on Twitter

ଉମରକୋଟ, (ବାଘୁଆବାର୍ତ୍ତା): ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଝରିଗୁଡ଼ା ଠାରେ ପୋଲିସ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୁନାଧର ହରିଜନଙ୍କୁ ଡ଼ାବୁଗାଁ ପୋଲିସ ଗିରଫ କରିଛି । ଗତ ୧୯ ତାରିଖରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାର ତଦନ୍ତ କରିବା ପାଇଁ ଡ଼ାବୁଗାଁ ପୋଲିସ ଯାଇଥିଲା । କିନ୍ତୁ ସେଠାରେ ମହିଳାଙ୍କ ପରିବାର ପକ୍ଷରୁ ଏହାକୁ ଏକ ହତ୍ୟାକାଣ୍ଡ ବୋଲି ଅଭିଯୋଗ କରାଯାଇଥିଲା । ମହିଳାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ଛାଡି ନଥିଲେ । । ଅଭିଯୁକ୍ତ କୁହାଯାଉଥିବା ମହିଳାଙ୍କ ସ୍ବାମୀ ସୁଶିଲ ନାଗଙ୍କୁ ଗିରଫ କରି ପୋଲିସ ଗାଡି ନିକଟକୁ ନେଉଥିବା ସମୟରେ ସେଠାରେ ଥିବା ଉତ୍ତ୍ୟକ୍ତ ଲୋକେ ପ୍ରଥମେ ସୁଶିଲ ନାଗ ଉପରେ ଆକ୍ରମଣ କରିଥିଲେ । ପରେ ପୋଲିସ ତାକୁ ଜାଣି ଶୁଣି ଲୁଚାଇ ରଖିଥିଲା ବୋଲି ଅଭିଯୋଗ କରି ପୋଲିସ ଉପରେ ଅତର୍କିତ ଆକ୍ରମଣ କରିଥିଲେ । ଏଥିରେ ଡ଼ାବୁଗାଁ ଥାନା ଅଧିକାରୀ ଅଭିମନ୍ୟୁ ଦୁର୍ଗା ଙ୍କ ସହ ଦୁଇ ଜଣ ଏସ୍ ଆଇ ଆହତ ହୋଇଥିଲେ । ଏହି ମାମଲା ରେ ଜଡିତ ରହିଥିବା ମୁଖ୍ୟ ଅଭିଯୁକ୍ତ ସୁନାଧର ହରିଜନଙ୍କୁ ଡ଼ାବୁଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଆଉ ୪୦ ଜଣ ଏଥିରେ ସଂପୃକ୍ତ ରହିଛନ୍ତି ଓ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନର ଦୁଇ ଜଣ ମହିଳା ସମ୍ପୃକ୍ତ ରହିଛନ୍ତି ସେମାନଙ୍କୁ ମଧ୍ୟ ଅତିଶୀଘ୍ର ଗିରଫ କରାଯିବ ବୋଲି ଉମରକୋଟ ଏସଡିପିଓ ନିହାର ରଞ୍ଜନ ପ୍ରଧାନ କହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!